୧ କୋଟି ୬୩ ହଜାର ହିତାଧିକାରୀଙ୍କ ଖାତାକୁ ଆସିଲା ସୁଭଦ୍ରା ଦ୍ଵିତୀୟ କିସ୍ତି ଟଙ୍କା

ବ୍ରହ୍ମପୁର :-୦୮/୦୩ ଆଜି ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ମାର୍ଚ୍ଚ ୮ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିଛି | ବ୍ରହ୍ମପୁରର ଆମ୍ବପୁଆଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କିସ୍ତି ଟଙ୍କା ପ୍ରଦାନ କରିଛନ୍ତି| ଏହି କାର୍ଯ୍ୟକ୍ରମରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା,ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ପରିବହନ ଓ ଖଣି ମନ୍ତ୍ରୀ ବିଭୁତି ଭୁଷଣଜେନା ଦିଗପହଣ୍ଡି ବିଧାୟକ ଡକ୍ତର ସିଦ୍ଧାନ୍ତ ମହାପାତ୍ର, ଆସିକା ସାଂସଦ ଅନୀତା ଶୁଭଦର୍ଶିନୀ ଓ ବ୍ରହ୍ମପୁର ସାଂସଦ ଡକ୍ଟର ପ୍ରଦୀପ ପାଣିଗ୍ରାହୀ ସମେତ ଜିଲ୍ଲାର ସମସ୍ତ ବିଧାୟକ ଉପସ୍ଥିତ ଥିଲେ। ଆଜି ପାଖାପାଖି ୧ କୋଟି ୬୩ ହଜାର ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିଛି |

ଉଲ୍ଲେଖ ଥାଉ କି ୪ଟି ପର୍ଯ୍ୟାୟରେ ୯୮ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିବା ବେଳେ ୨ ଲକ୍ଷ ହିତାଧିକାରୀଙ୍କ ଆକାଉଣ୍ଟକୁ ବ୍ୟାଙ୍କରେ ସମସ୍ୟା ଯୋଗୁଁ ଟଙ୍କା ଯାଇପାରିନଥିଲା | ବିଶେଷ କରି ଏନପିସିଆଇ ସମସ୍ୟା ଯୋଗୁଁ ୨ ଲକ୍ଷ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ଯାଇପାରିନଥିବାବେଳେ ମାର୍ଚ୍ଚ ୮ରେ ଏମାନଙ୍କୁ ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ| ସେହିଭଳି ଯେଉଁମାନେ ପ୍ରଥମ କିସ୍ତି ପାଇଥିଲେ, ସେମାନଙ୍କୁ ଦ୍ଵିତୀୟ କିସ୍ତି ଟଙ୍କା ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପୂର୍ବରୁ ସୂଚନା ଦେଇଥିଲେ| l

Leave a Reply

Your email address will not be published. Required fields are marked *