୧୨୭ ଜଣ ବରିଷ୍ଠ ନାଗରିକ ଗଲେ ତୀର୍ଥଯାତ୍ରାରେ
ପୁରୀ ୧୮/୩ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ରେ ପୁରୀ ଜିଲ୍ଲା ରୁ ଆଜି ୧୨୭ ଜଣ ବରିଷ୍ଠ ନାଗରିକ ଙ୍କୁ ତୀର୍ଥଯାତ୍ରାରେ ପ୍ରେରଣ କରାଯାଇଛି।ଏହି ବରିଷ୍ଠ ନାଗରିକ ମାନେ ଅଯୋଧ୍ୟା ଓ ବାରଣାସୀ ଚଳିତ ମାସ ୧୯ ତାରିଖରେ ପରିଭ୍ରମଣ କରିବା ସହ ଚଳିତ ମାସ ୨୪ ତାରିଖରେ ଫେରିଆସିବାର କାର୍ଯ୍ୟକ୍ରମ ରହିଛି।ଆଜି ଅପରାହ୍ନ ରେ ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟ ଠାରୁ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା,ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ପର୍ଯ୍ୟଟନ ସହକାରୀ ନିର୍ଦ୍ଦେଶକ ସରୋଜ କାନ୍ତ ପ୍ରଧାନ,ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ପ୍ରମୁଖ ଉପସ୍ଥିତ ରହି ତୀର୍ଥଯାତ୍ରୀ ମାନଙ୍କୁ ପୁଷ୍ପ ଗୁଛ ଦେଇ ଯାତ୍ରାର ଶୁଭ କାମନା କରିଥିଲେ।ଅତିଥି ମାନେ ନଡ଼ିଆ ବାଡେଇ ଯାତ୍ରା ର ସଫଳତା କାମନା କରିବା ସହ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଥିଲେ।ନିଜ ନିଜର ଦାୟିତ୍ୱ ଓ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ସହ ସହାୟତା ପାଇଁ ଯାଇଥିବା କର୍ମଚାରୀ ମାନଙ୍କ ସୂଚନା ଅନୁସାରେ ପରିଭ୍ରମଣ କରିବାକୁ ତୀର୍ଥଯାତ୍ରୀ ଙ୍କୁ ଅନୁରୋଧ କରା ଯାଇଥିଲା।ଏହି ଯାତ୍ରା ରେ ଯାତ୍ରୀ ମାନଙ୍କ ସୁବିଧା ପାଇଁ ୪ ଜଣ ସହାୟକ ଙ୍କୁ ମଧ୍ୟ ପ୍ରେରଣ କରାଯାଇଛି।ଏହି ଯାତ୍ରୀ ମାନେ ଆଜି ଭୁବନେଶ୍ୱର ରେ ରହି କାଲି ସ୍ବତନ୍ତ୍ର ଟ୍ରେନ ଯୋଗେ ଅଯୋଧ୍ୟା ଓ ବାରଣାସୀ ଅଭିମୁଖେ ଯାତ୍ରା କରିବେ।
