୧୮ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୨୯ା୫: ସୋମବାର ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୮ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ‘ମୋ ଘର’ ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ସେହିପରି ଜଳସମ୍ପଦ, ସାଧାରଣ ପ୍ରଶାସନ, ପଞ୍ଚାୟତିରାଜ ଏବଂ ଅର୍ଥ ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିଛି।

ବିଜେଡି ୫ମ ପାଳି ସରକାରକୁ ୪ ବର୍ଷ ପୂରଣ ହୋଇଛି। ୨୦୧୯ ମେ’ ୨୯ ତାରିଖରେ ଲଗାତର ପଞ୍ଚମ ଥର ପାଇଁ ନବୀନ ପଟ୍ଟନାୟକ ସରକାର ଗଠନ କରିଥିଲେ। ସରକାର ଗଠନର ପ୍ରଥମ ଦିନରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଥିଲା। ନିର୍ବାଚନୀ ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ କରିବା ଲାଗି କ୍ୟାବିନେଟ୍‌ ନିଷ୍ପତ୍ତି ହୋଇଥିଲା।

Leave a Reply

Your email address will not be published. Required fields are marked *