୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ
-ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ସ୍ଥିତ ସାରଙ୍ଗଧର ଷ୍ଟାଡିୟମ ଠାରେ ଉଉପଖଣ୍ଡସ୍ତରିୟ ୭୫ ତମ ସାଧାରଣତନ୍ତ୍ର ଦିବସ ମହାଆଡମ୍ବରରେ ପାଳିତ ହୋଇଯାଇଛି। ଆୟୋଜିତ ଏହି କାର୍ଯ୍ୟକ୍ରମରେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ ।ଏହି ଉପଖଣ୍ଡ ପ୍ୟାରେଡ କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟର ୩୯ଟି ଟିମ ଭାଗ ନେଇଥିଲେ। ଉପଖଣ୍ଡର ବିଭିନ୍ନ ଅଞ୍ଚଳରୁ ଆସିଥିବା ଛାତ୍ର, ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଦେଶାତ୍ମବୋଧକ ବିଚିତ୍ରା ନୃତ୍ୟ ପରିବେଷଣ କରାଯାଇଥିଲା । ଏବଂ ବିଭିନ୍ନ ବର୍ଗରେ କୃତିତ୍ବ ଅର୍ଜନ କରିଥିବା ଛାତ୍ରଛାତ୍ରୀ ଓ ବ୍ୟକ୍ତିବିଶେସଙ୍କୁ ପରସ୍କୃତ କରାଯାଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ କାମାକ୍ଷାନଗର ଉପଖଣ୍ଡର ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।
