ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ
ରାଉରକେଲା, ୧୫/୮/ ୨୦୨୬ : ରାଉରକେଲାର ଉଦିତନଗର ପଡ଼ିଆଠାରେ ୮୦ ତମ ସ୍ଵାଧୀନତା ଦିବସ ମହାସମାରୋହରେ ପାଳନ କରାଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମର ଆୟୁକ୍ତ ସୁଶ୍ରୀ ଦୀନା ଦସ୍ତଗୀର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ l ଏହି ଅବସରରେ ସେ ଭାରତର ସ୍ବାଧୀନତା ସଂଗ୍ରାମରେ ସାମିଲ ହୋଇଥିବା ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀମାନଙ୍କ ତ୍ୟାଗ ଓ ବଳିଦାନକୁ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।ସ୍ବାଧୀନତା ଦିବସ କାର୍ଯ୍ୟକ୍ରମରେ ଅଭିଭାଷଣ ଦେଇ ସେ କହିଥିଲେ ଯେ, ରାଉରକେଲାର ଏକ ସ୍ବତନ୍ତ୍ର ପରିଚୟ ରହିଛି l ରାଉରକେଲା ବିକାଶ ଦିଗରେ ସରକାର ଅନେକ ଯୋଜନା କରିଛନ୍ତି l ରାଉରକେଲାରେ ଶିଳ୍ପ , ସ୍ବାସ୍ଥ୍ୟ,ଶିକ୍ଷା ଓ କ୍ରୀଡା କ୍ଷେତ୍ରରେ ବିକାଶ ହୋଇଛି l ୨୦୨୩ ରେ ପୁରୁଷ ହକି ବିଶ୍ୱକପ୍, ହକି ପ୍ରୋଲିଗ, ହକି ଇଣ୍ଡିଆ ଲିଗ ରାଉରକେଲାରେ ସଫଳତା ର ସହିତ ଆୟୋଜନ ପରେ ରାଉରକେଲା କ୍ରୀଡା ହବ ହୋଇପାରିଛି l ରାଉରକେଲାର ଖେଳାଳି ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ଦେଶର ପ୍ରତିନିଧିତ୍ୱ କରି ସୁନ୍ଦରଗଡ଼ ଜିଲ୍ଲା ସହିତ ରାଉରକେଲା ପାଇଁ ଗୌରବ ଆଣିଛନ୍ତି। ଏହା ବ୍ୟତୀତ ସେ କହିଥିଲେ ଯେ ରାଉରକେଲା ମହାନଗର ନିଗମର ପ୍ରୟାସରେ ସହରର ପରିମଳ ବ୍ୟବସ୍ଥା ସୁଦୂଢ ହୋଇ ପାରିଛି l ସହରରେ ସ୍ବଚ୍ଛତା ଦିଗରେ କରାଯାଉଥିବା ବିଭିନ୍ନ ପଦକ୍ଷେପ ଯୋଗୁଁ ଦେଶରେ ୧୫ ସ୍ବଛ ସହରରେ ସ୍ଥାନ ପାଇଛି l ସେ ରାଉରକେଲାକୁ ଏକ ସ୍ବଚ୍ଛ ଓ ସୁନ୍ଦର ସହର ଗଠନ ଦିଗରେ ସମସ୍ତେ ସହଯୋଗ କରନ୍ତୁ ବୋଲି ଆହ୍ବାନ କରିଥିଲେ l ଏହା ସହିତ ସେ କହିଥିଲେ ଯେ ଗୁରୁବାର ହୋଇଥିବା ଲଗାଣ ବର୍ଷା ରାଉରକେଲା କୁ ବିଶେଷ ପ୍ରଭାବିତ କରିଥିଲା l ଏହିପରି ପ୍ରାକତିକ ବିପର୍ଯ୍ୟୟ ସମୟରେ ରାଉରକେଲା ବାସୀଙ୍କ ଧୌଯ୍ୟ ଓ ସହଯୋଗ ରେ ଖୁବ କମ ସମୟରେ ଏହାର ମୁକାବିଲା କରାଯାଇପାରି ଥିଲା l ଏହି ସମୟରେ ପ୍ରଶାସନ ସହିତ ବିଭିନ୍ନ ସ୍ବେଛାସେବି ଅନୁଷ୍ଠାନ, ସାଧାରଣ ଜନତା, ସଫେଇ କର୍ମଚାରୀଙ୍କ ସହଯୋଗ ପ୍ରଶଂସନୀୟ lରିଜର୍ଭ ପୋଲିସର ସମିତ ସାମଲ ଙ୍କ ନେତୃତ୍ୱରେ ପ୍ୟାରେଡ ହୋଇଥିଲା। ପ୍ୟାରେଡ ରେ ୫୪ ଦଳ ଅଂଶ ଗ୍ରହଣ କରିଥିଲେ। ପ୍ୟାରେଡ ପରେ ପରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ମଧ୍ଯ କରା ଯାଇଥିଲା। ଏହି କାର୍ଯ୍ୟକ୍ରମରେ କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୯ ଜଣ କ୍ରୀଡ଼ା ପ୍ରତିଭାଙ୍କୁ ସମ୍ମାନିତ କରାଯାଇଥିଲା। ଏଥି ସହ ସ୍କୁଲ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ନେଇ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।ସମାରୋହରେ ରାଉରକେଲା ଆରକ୍ଷୀ ଅଧିକ୍ଷକ ନିତେଶ ୱାଧୱାନି, ଡିଏଫ ଓ ରାଉରକେଲା ରବିକାନ୍ତ ମୀନା, ପାନପୋଷ ଉପଜିଲ୍ଲାପାଳ ଚନ୍ଦ୍ରକାନ୍ତ ମଲ୍ଲିକ, ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ସୀମା ଫାତିମା ଏକ୍କା ପ୍ରମୁଖ ଉପସ୍ଥିତ ଥିଲେ।ଏହି ଅବସରରେ ରାଉରକେଲା ମୁଖ୍ୟଜେଲର ଅନ୍ତେବାସୀ ଓ ରାଉରକେଲା ସରକାରୀ ଚିକିତ୍ସାଳୟର ରୋଗୀମାନଙ୍କୁ ଫଳ ଓ ମିଷ୍ଟା ନ୍ନ ବଣ୍ଟନ କରାଯାଇଥିଲା lସ୍ୱାଧୀନତା ଦିବସ କାର୍ଯ୍ୟକ୍ରମ ରେ ମହେନ୍ଦ୍ର ମିଶ୍ର ମଂଚ ପରିଚାଳନା କରିଥିଲେ। କାଯ୍ୟକ୍ରମରେ ବିଭିନ୍ନ ବିଭାଗୀୟ ଅଧିକାରୀ ଓ ବହୁ ସଂଖ୍ଯା ରେ ଜନ ସାଧାରଣ ଉପସ୍ଥିତ ଥିଲେl
