ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ୮୮ତମ ସଂସ୍କୃତି ଚର୍ଚ୍ଚା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର ୩୦ ଅକ୍ଟୋବର, ୨୦୨୫ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ଆଜି ୮୮ତମ ସଂସ୍କୃତି ଚର୍ଚ୍ଚା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଆଜିର କାର୍ଯ୍ୟକ୍ରମରେ “ନୌବାଣିଜ୍ୟ, ବାଲିଯାତ୍ରା ଏବଂ ଓଡ଼ିଆ ଅସ୍ମିତା” ଶୀର୍ଷକ ଉପରେ ଆଲୋଚନା କରାଯାଇଥିଲା। ଆଜିର ୮୮ତମ ସଂସ୍କୃତି ଚର୍ଚ୍ଚା କାର୍ଯ୍ୟକ୍ରମରେ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟର ପ୍ରାକ୍ତନ କୁଳପତି ପ୍ରଫେସର ଅମିୟ କୁମାର ପଟ୍ଟନାୟକ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ସେ ଓଡ଼ିଶାର ସମୃଦ୍ଧ ନୌବାଣିଜ୍ୟ ପରମ୍ପରା ଉପରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ। ଏଥିସହ ବାଲିଯାତ୍ରା ଆମ ଓଡ଼ିଆ ସଂସ୍କୃତିକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଏକ ସ୍ୱତନ୍ତ୍ର ପରିଚୟ ପ୍ରଦାନ କରିପାରିଛି ବୋଲି ମତପ୍ରକାଶ କରିଥିଲେ।

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଦେବପ୍ରସାଦ ଦାଶ କହିଥିଲେ ଯେ, ଓଡ଼ିଶାର ନୌବାଣିଜ୍ୟ ପରମ୍ପରା ଆମ ଓଡ଼ିଆ ଅସ୍ମିତାର ପ୍ରତୀକ। ବାଲିଯାତ୍ରା ଆମ ଓଡ଼ିଶାର ସଂସ୍କୃତିକୁ ସମୃଦ୍ଧ କରିବା ସହ ଏହାର ପ୍ରଚାର ଓ ପ୍ରସାର କରିବା ଦିଗରେ ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛି ବୋଲି ଶ୍ରୀ ଦାଶ କହିଥିଲେ।ଆଜିର କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟ ଅଭିଲେଖାଗାରର ଅଧୀକ୍ଷକ ଡ଼. ଶେଖ ସୋଲେମାନ ଅଲ୍ଲୀ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଅନୁଶାସନ ସଚିବ ଶ୍ରୀମତୀ ବନାନୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।ଅମ୍ଳାନ ଦାସ ଲୋକସମ୍ପର୍କ ଅଧିକାରୀ l

Leave a Reply

Your email address will not be published. Required fields are marked *