ବ୍ରାଉନସୁଗାର ସହିତ ମୋଟର ସାଇକେଲ ଜବତ
ବ୍ରାଉନସୁଗାର ସହିତ ମୋଟର ସାଇକେଲ ଜବତ, ୦୨ ଗିରଫ ।ଭଦ୍ରକ ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ନିର୍ଦ୍ଦେଶକ୍ରମେ ଓ ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଦୀପ୍ତ କୁମାର ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଅବକାରୀ ଉପ-ଅଧିକ୍ଷକ ଶ୍ରୀମତୀ ଅନିତା ପ୍ରଧାନ ଏବଂ ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବଳଙ୍କ ନେତୃତ୍ୱରେ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଭଦ୍ରକ ସହରାଞ୍ଚଳ ଥାନା ଅନ୍ତର୍ଗତ ବନ୍ତଛକ ନିକଟରେ ପେଟ୍ରୋଲିଂ କରୁଥିବା ସମୟରେ ଗୋଟିଏ ହିରୋହୋଣ୍ଡା ପେସନପ୍ଲସ ମୋଟର ସାଇକେଲ (ଓଆର-୦୯ସି-୦୦୬୨) ରୁ ୨୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ଆନନ୍ଦପୁର ଥାନା ଅନ୍ତର୍ଗତ କାଠିଆସରା ଗ୍ରାମର ଦେବାଶିଷ ନାୟକ ଓ ନନ୍ଦିପଦା ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମର ହରିହର ଜେନାଙ୍କୁ ଗିରଫ କରାଯାଇଛି। ଜବତ ବ୍ରାଉନସୁଗାର ଓ ଗାଡ଼ିର ଆନୁମାନିକ ମୂଲ୍ୟ ୦୩ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି l ଉକ୍ତ ଚଢ଼ାଉରେ ଏ.ଏସ୍.ଆଇ ପ୍ରହଲ୍ଲାଦ ସାମଲ, କନେଷ୍ଟବଳ ଅଜିତ କୁମାର ସିଙ୍କୁ, ରମେଶ ନାୟକ,ସଞ୍ଜୟ କୁମାର ପାତ୍ର, ରୁଦ୍ରନାରାୟଣ ଦାସ, ସୁଦର୍ଶନ ପଲ୍ଲାଇ, ଜେମାମଣୀ ଜାମୁଡା ପ୍ରଭୃତି ସାମିଲ ଥିଲେ । ଏନେଇ ଭଦ୍ରକ ଅବକାରୀ ଥାନା ପକ୍ଷରୁ କେସ ନଂ: ୭୩/୨୩-୨୪ ମୂଳେ ମାମଲା ରୁଜ୍ଜୁ କରାଯାଇଛି l
