ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଓଡ଼ିଶାର ବରପୁତ୍ର ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଭୁବନେଶ୍ୱରସ୍ଥିତ ପାୱାରହାଉସ ଛକଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ମୟୁରଭଞ୍ଜ ସାଂସ୍କୃତିକ ସଂସଦ, ଭୁବନେଶ୍ୱରଙ୍କ ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଉକ୍ତ କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ସଂସଦର ସାଧାରଣ ସମ୍ପାଦକ ଡଃ ରଜନୀକାନ୍ତ ବିଶ୍ୱାଳ,ସଂସଦର ପରାମର୍ଶଦାତା ଶ୍ରୀ ଅରୁଣ ରଥ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ମହାରାଜାଙ୍କ ସ୍ମୃତିଚାରଣ କରିଥିଲେ ।ଏହି ଅବସରରେ ସୂଚନା ଓ ଲୋକ ସମ୍ପର୍କ ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଉତ୍କଳ ସମ୍ମିଳନୀ କର୍ମକର୍ତ୍ତା, ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ଛାତ୍ର ସଂଗଠନର ପ୍ରତିନିଧି ଓ ମୟୁରଭଞ୍ଜ ସାଂସ୍କୃତିକ ସଂସଦର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *