ପୂର୍ବତନ ମୁଖ୍ୟ ଶାସନ ସଚିବ ସୁଧାଂଶୁ ମୋହନ ପଟ୍ଟନାୟକଙ୍କ ପରଲୋକ

ଓଡିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ସୁଧାଂଶୁ ମୋହନ ପଟ୍ଟନାୟକଙ୍କ ପରଲୋକରେ ଆଜି ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ସମେତ ରାଜ୍ୟ ପ୍ରଶାସନର ବିିଭିନ୍ନ ବିଭାଗର ସଚିବମାନେ ଭୁବନେଶ୍ୱର ମାଉସୀମା ମନ୍ଦିର ଛକସ୍ଥିତ ସ୍ୱର୍ଗତ ପଟ୍ଟନାୟକଙ୍କ ବାସଭବନଠାରେ ତାଙ୍କର ପାର୍ଥିବ ଶରୀରର ଶେଷ ଦର୍ଶନ କରିଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ସମେତ ଅତିରିକ୍ତ ମୁଖ୍ୟ ଶ୍ରୀ ସୁରେନ୍ଦ୍ର କୁମାର, ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବ, ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ, ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ, କମିଶନର ତଥା ଶାସନ ସଚିବ ଶ୍ରୀ ସନ୍ଥନା ଗୋପାଳନ ଆର, କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲଙ୍କ ସମେତ ରାଜ୍ୟ ପ୍ରଶାସନର ଅନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀ ତାଙ୍କର ପାର୍ଥିବ ଶରୀରର ଶେଷ ଦର୍ଶନ କରି ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନକରି ଦିବଂଗତ ଅମରାତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିଥିଲେ।

Leave a Reply

Your email address will not be published. Required fields are marked *