ହଟିଆ ମୌର୍ଯ୍ୟ ଏକ୍ସପ୍ରେସ ସେବା ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ
ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସ ସେବା ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ :ମାନ୍ୟବର ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସକାଳେ ସମ୍ବଲପୁର ରେଳ ଷ୍ଟେସନ ନୀରିକ୍ଷଣ କରୁଥିବାବେଳେ ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସକୁ ସମ୍ବଲପୁର ପର୍ଯ୍ୟନ୍ତ ସେବା ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ସୂଚନା ଦେଇଛନ୍ତି |

ଗୋରଖପୁର-ହାଟିଆ ଏକ୍ସପ୍ରେସର ସମ୍ପ୍ରସାରଣ ଏହି ଅଞ୍ଚଳର ଯାତ୍ରୀମାନଙ୍କୁ ବିଶେଷ କରି ସମ୍ବଲପୁର, ବରଗଡ, ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲ୍ଲାର ଯାତ୍ରୀମାନଙ୍କୁ ଯାତ୍ରା ସୁବିଧା ଯୋଗାଇବ ବୋଲି ଶ୍ରୀ ବୈଷ୍ଣବ କହିଛନ୍ତି |
