ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ର ହୀରକ ଜୟନ୍ତୀ ଉତ୍ସବ ଅନୁଷ୍ଠିତ
– ଜଗତସିଂହପୁର ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପୁରାତନ ଛାତ୍ରୀ ସଂଗଠନ ପକ୍ଷରୁ ହୀରକ ଜୟନ୍ତୀ ସମାରୋହ ସ୍ଥାନୀୟ ଆଦିକବି ଶାରଳା ଦାସ ସଂସ୍କୃତି ଭବନରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅଵସରରେ ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡଙ୍ଗୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଥିଲେ । ପୁରାତନ ଛାତ୍ରୀ ସଂଗଠନ ପକ୍ଷରୁ ଶ୍ରମତୀ ଅପରାଜିତା ଷଡ଼ଙ୍ଗୀଙ୍କୁ ଏକ ଶୋଭାଯାତ୍ରାରେ ଆଦିକବି ଶାରଳା ଦାସ ସଂସ୍କୃତି ଭବନ ପର୍ଯ୍ୟନ୍ତ ପାଛୋଟି ଅଣାଯାଇଥିଲା । ପରେ ସଂସ୍କୃତି ଭବନରେ ଅନୁଷ୍ଠିତ ସଭାରେ ହୀରକ ଜୟନ୍ତୀ ଉତ୍ସବ ଅବସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ସାଂସଦ ଅପରାଜିତା ଷଡଙ୍ଗୀ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ନାନିତ ଅତିଥିଭାବେ ବିଶିଷ୍ଟ ସମାଜସେବୀ ରୀନା ରାଉତରାୟ , ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚନା ସିଂହ ଓ ବିଦ୍ୟାଳୟରେ ପୂର୍ବତନ ପ୍ରଧାନଶିକ୍ଷୟିତ୍ରୀ ପ୍ରମୁଖ ଯୋଗଦେଇ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟର ଐତିହ ଓ ସୁଖ୍ୟାତି ଉପରେ ନିଜ ନିଜର ଅଭିଭାଷଣ ରଖିଥିଲେ । ଶେଷରେ ବିଭିନ୍ନ ପ୍ରକାରର ରଙ୍ଗାରଙ୍ଗ ସାଂସ୍କୃତିକ କାର୍ୟ୍ଯକ୍ରମ ଅନୁଷ୍ଠିତ ହୋଇଥିଲା ।
ଜଗତସିଂହପୁର ରୁ Rita ସାହୁ
