ରାଜୀବ ଗାନ୍ଧୀ ଷ୍ଟାଡିୟମର ବହୁମୁଖୀ ଇଣ୍ଡୋର ଷ୍ଟାଡିୟମକୁ ଭର୍ଚୁଆଲ୍ ମାଧ୍ୟମରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ କ୍ରୀଡା ବିଭାଗ ପକ୍ଷରୁ ବ୍ୟାସନଗର ରାଜୀବ ଗାନ୍ଧୀ ଷ୍ଟାଡିୟମର ବହୁମୁଖୀ ଇଣ୍ଡୋର ଷ୍ଟାଡିୟମକୁ ଭର୍ଚୁଆଲ୍ ମାଧ୍ୟମରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ l ଆଜି ସାରା ରାଜ୍ୟରେ କ୍ରୀଡା ବିଭାଗ ପକ୍ଷରୁ ୪୮ ଟି ନୂତନ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମକୁ ଭର୍ଚୁଆଲ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି l ଏହି ପରିପକ୍ଷରେ ଯାଜପୁର ଜିଲ୍ଲା ବ୍ୟାସନଗର ପୌର ପରିଷଦ ସ୍ଥିତ ରାଜୀବ ଗାନ୍ଧୀ ଷ୍ଟାଡିୟମରେ ଜିଲ୍ଲା କ୍ରୀଡା ଅଧିକାରୀ ଫକୀର ମୋହନ ଟୁଡୁଙ୍କ ନେତୃତ୍ୱରେ ଆୟୋଜିତ ଉଦଘାଟନ ଉତ୍ସବରେ କୋରେଇ ବିଧାୟକ ଅଶୋକ କୁମାର ବଳ, ଜିଲ୍ଲା ପ୍ରକଳ୍ପ ଅଧିକାରୀ ଅଶୋକ କୁମାର ବେହୁରିଆ, ଅତିରିକ୍ତ ଜିଲ୍ଲାପାଳ ଲଙ୍କେଶ୍ୱରୀ ଅମାତ, ବ୍ୟାସନଗର ପୌର ପରିଷଦର ଅଧ୍ୟକ୍ଷା ସଂଗୀତା ପିଙ୍ଗୁଆ ଓ ଉପାଧ୍ୟକ୍ଷା ସୁବାଷ ଚନ୍ଦ୍ର ବଳ ଯୋଗଦେଇ ଏହି ଇଣ୍ଡୋର ଷ୍ଟାଡିୟମକୁ ଉଦଘାଟନ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ସ୍ଥାନୀୟ କାଉନସିଲର ଙ୍କ ସମେତ ଅନେକ କ୍ରୀଡ଼ାବିତ ଉପସ୍ଥିତ ଥିଲେ l

ଯାଜପୁର ବ୍ୟାସନଗର ରୁ ଜ୍ୟୋତି ପ୍ରକାଶ ଭୂୟାଁ reporter

Leave a Reply

Your email address will not be published. Required fields are marked *