ମହିଷିଆକଡା ସେବାଶ୍ରମ ରେ ବାର୍ଷିକ ଉତ୍ସବ

ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଗଁଦିଆ ବ୍ଳକ ର ମହିଷିଆକଡା ସେବାଶ୍ରମ ରେ ବାର୍ଷିକ ଉତ୍ସବ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସଙ୍କର୍ଷଣ ବେହେରା ଙ୍କ ଅଧ୍ୟକ୍ଷତାରେ ଫେବୃଆରୀ ମାସ ଅଠେଇଶି ତାରିଖ ଅପରାହ୍ନ ରେ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଅଛି।

ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ସୋରିଷିଆପଦା ଗ୍ରାମ ପଞ୍ଚାୟତ ର ସରପଞ୍ଚ ପ୍ରଦୀପ କୁମାର ରାଉତ, ମୁଖ୍ୟ ବକ୍ତା ରୂପେ ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ଫୋରମ୍ ଓଡ଼ିଶା ର ସଭାପତି ପ୍ରକୃତି ବନ୍ଧୁ ହରିହର ସାହୁ ଉପସ୍ଥିତ ହୋଇ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କୁ ମଣିଷ ପରି ମଣିଷ ହେବା ପାଇଁ ସ୍ବପ୍ନ ଦେଖିବା ସହ ସମୟ ର ସୁବ୍ଯବହାର କରି ଭଲ ମଣିଷ ହେବା ପାଇଁ ପରାମର୍ଶ ଦେଇଥିଲେ। ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଗୋପାଳ ଚନ୍ଦ୍ର ନାୟକ, ସୋରିଷିଆପଦା ଆଶ୍ରମ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ମନୋଜ କୁମାର ମହାଳିକ, ପରିଚାଳନା ପରିଷଦ ସଭାପତି ଦୟାନିଧି ଖଟୁଆ ମଞ୍ଚିସୀନ ହୋଇ ଉଦ୍ ବୋଧନ ଦେଇଥିଲେ। ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ନାଥ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ବରିଷ୍ଠ ଶିକ୍ଷକ ପ୍ରଦୀପ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। କୃତି ଛାତ୍ର ଛାତ୍ରୀ ମାନଙ୍କୁ ମାନପତ୍ର ସହିତ ପୁରସ୍କାର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ମେରା ଭାରତ ମହାନ୍ ଉପସ୍ଥାପନା କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ପରିଚାଳନା ପରିଷଦ ର ସମସ୍ତ ସଦସ୍ୟ ସଦସ୍ୟା ସକ୍ରୀୟ ସହଯୋଗ କରିଥିଲେ।

Leave a Reply

Your email address will not be published. Required fields are marked *