ପୁରୀ ଜିଲ୍ଲାରେ ୨ ପର୍ଯ୍ୟାୟରେ ଭୋଟ

ପୁରୀ ଜିଲ୍ଲାର ୨ଟି ଲୋକସଭା ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୬ ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ୨ ଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ୧୭ ପୁରୀ ଲୋକସଭା ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୧୦୭ ପୁରୀ ବିଧାନସଭା ନିର୍ବାଚନ ମଣ୍ଡଳୀ,୧୦୮ ବ୍ରହ୍ମଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ,୧୦୯ ସତ୍ୟବାଦୀ ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ୧୧୦ ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ୬ ଷ୍ଠ ପର୍ଯ୍ୟାୟରେ ମଇ ୨୫ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ସେହିପରି ୧୬ ଜଗତସିଂହପୁର ଲୋକସଭା ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୧୦୫ କାକଟପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ୧୦୬ ନିମାପଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଜୁନ ୧ ତାରିଖ ୭ମ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସୂଚନା ଦେଇଛନ୍ତି।୬ଷ୍ଠ ପର୍ଯ୍ୟାୟ ମଇ ୨୫ ତାରିଖ ନିର୍ବାଚନ ପାଇଁ ଅପ୍ରେଲ ୨୯ ତାରିଖରେ ବିଜ୍ଞପ୍ତି ପ୍ରକାଶ ସହ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହେବ।ନାମାଙ୍କନ ପତ୍ର ଦାଖଲ ର ଶେଷ ତାରିଖ ମଇ ୬ ତାରିଖ ରଖାଯାଇ ଥିବା ବେଳେ ମଇ ୭ ତାରିଖରେ ପ୍ରାର୍ଥୀ ପତ୍ର ଗୁଡିକୁ ଯାଞ୍ଚ କରାଯିବ। ମଇ ୯ ତାରିଖ କୁ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରଖାଯାଇଛି। ସେହିପରି ୭ମ ପର୍ଯ୍ୟାୟ ଜୁନ ୧ ତାରିଖ ନିର୍ବାଚନ ପାଇଁ ମଇ ୭ ତାରିଖରେ ବିଜ୍ଞପ୍ତି ପ୍ରକାଶ ସହ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହେବ।ନାମାଙ୍କନ ପତ୍ର ଦାଖଲ ର ଶେଷ ତାରିଖ ମଇ ୧୪ ତାରିଖ ରଖାଯାଇ ଥିବା ବେଳେ ମଇ ୧୫ ତାରିଖରେ ପ୍ରାର୍ଥୀ ପତ୍ର ଗୁଡିକୁ ଯାଞ୍ଚ କରାଯିବ। ମଇ ୧୭ ତାରିଖ କୁ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ର ଶେଷ ତାରିଖ ରଖାଯାଇଛି। ସମସ୍ତ ପର୍ଯ୍ୟାୟର ଭୋଟ ଗଣତି ଜୁନ ୪ ତାରିଖରେ ଅନୁଷ୍ଠିତ ହେବ ବୋଲି ଜିଲ୍ଲାପାଳ ଶ୍ରୀ ସ୍ୱାଇଁ ସୂଚନା ଦେଇଛନ୍ତି।ପୁରୀ ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ଜିଲ୍ଲାପାଳ ଶ୍ରୀ ସ୍ୱାଇଁ ରିଟର୍ଣ୍ଣିଂ ଅଫିସର ଥିବା ବେଳେ କାକଟପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ,ନିମାପଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ,ପୁରୀ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଉପଜିଲ୍ଲାପାଳ ଗୋପୀନାଥ କୁଅଁର, ବ୍ରହ୍ମଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ସତ୍ୟବାଦୀ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ଓ ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଅତିରିକ୍ତ ଉପ ଜିଲ୍ଲାପାଳ ନୀଳମାଧବ ମାଝି ରିଟର୍ଣ୍ଣିଂ ଅଫିସର ଭାବେ ଦାୟିତ୍ବ ରେ ରହିଛନ୍ତି।

Leave a Reply

Your email address will not be published. Required fields are marked *