ସାଧାରଣ ପର୍ଯ୍ୟବେକ୍ଷକ ଙ୍କ ଏମସିଏମସି କେନ୍ଦ୍ର ପରିଦର୍ଶନ
ସାଧାରଣ ପର୍ଯ୍ୟବେକ୍ଷକ ଙ୍କ ଏମସିଏମସି କେନ୍ଦ୍ର ପରିଦର୍ଶନ।ପୁରୀ ୧୭/୫ ପୁରୀ ଲୋକସଭା ନିର୍ବାଚନ ପାଇଁ ନିଯୁକ୍ତ ସାଧାରଣ ପର୍ଯ୍ୟବେକ୍ଷକ ଟି ଭି ସୁଭାଷ ଆଜି ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି।ସେ ସେଠାରେ ଚାଲୁଥିବା ଏମ ସି ଏମ ସି ବା ମିଡିଆ ସାର୍ଟିଫିକେସନ ଆଣ୍ଡ ମନିଟରିଂ କମିଟି କେନ୍ଦ୍ର କୁ ପରିଦର୍ଶନ କରି ବିଭିନ୍ନ କାର୍ଯ୍ୟ ପରିଚାଳନା ସମ୍ପର୍କରେ ପଚାରି ବୁଝି ଥିଲେ।ବିଭିନ୍ନ ପ୍ରିଣ୍ଟ ମିଡିଆ, ଇଲେକ୍ଟ୍ରୋନିକ ମିଡିଆ, ସୋସିଆଲ ମିଡିଆ ରେ ପ୍ରକାଶିତ ଖବର ଉପରେ ଦୃଷ୍ଟି ରଖିବା ସହ ତାହାର ତଥ୍ୟ ପର୍ଯ୍ୟବେକ୍ଷକ ମାନଙ୍କୁ ନିୟମିତ ପ୍ରଦାନ କରାଯାଉଥିବା ଦେଖି ସେ ସନ୍ତୋଷ ପ୍ରକାଶ କରିଥିଲେ। ସେହିପରି ପ୍ରିଣ୍ଟ, ଇଲେକ୍ଟ୍ରୋନିକ ଚାନେଲ ଓ ସୋସିଆଲ ମିଡିଆ କୁ ନିୟମିତ ଅନୁଧ୍ୟାନ କରି ପେଡ ନିଉଜ ଗୁଡିକ ଉପରେ ଇସିଆଇର ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବାପାଇଁ ସେ ନିର୍ଦ୍ଦେଶ ଦେଇଥିଲେ। ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ ଓ ଅନ୍ୟାନ୍ୟ କର୍ମଚାରୀ ମାନେ ପର୍ଯ୍ୟବେକ୍ଷକ ଙ୍କୁ ସ୍ୱାଗତ କରିବା ସହ ଏମସିଏମସିର ପରିଚାଳନା ସମ୍ପର୍କରେ ଅବଗତ କରାଇଥିଲେ।ଏହି ପରିଦର୍ଶନ ସମୟରେ ପର୍ଯ୍ୟବେକ୍ଷକ ଙ୍କ ଲିଆସନିଙ୍ଗ ଅଫିସର ବିକାଶ ଚନ୍ଦ୍ର ମହାନ୍ତି ଓ ନଟବର ସ୍ୱାଇଁ ଉପସ୍ଥିତ ଥିଲେ।ସୂଚନାଯୋଗ୍ୟ ଯେ ଶ୍ରୀ ସୁଭାଷ ପୁରୀ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚିଲିକା, ନୟାଗଡ଼ ଓ ରଣପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ର ନିର୍ବାଚନ କାର୍ଯ୍ୟ ର ପର୍ଯ୍ଯବେକ୍ଷଣ ଓ ଅନୁଧ୍ୟାନ କରୁଛନ୍ତି।
