ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ,
ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ମନ୍ତ୍ରୀ ଶ୍ରୀ ଗଣେଶରାମ ସିଂ ଖୁଣ୍ଟିଆ, ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳସାମନ୍ତ, ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ପ୍ରମୁଖ ଲୋକଙ୍କ ଅଭିଯୋଗ ଶୁଣିବା ସହିତ ସମସ୍ୟାର ସମାଧାନ ନିମନ୍ତେ ପଦକ୍ଷେପ ଗ୍ରହଣ କରିବାକୁ ସଂପୃକ୍ତ ବିଭାଗଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି।ଆଜି ସମୁଦାୟ ୧୫୪୦ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ପ୍ରାୟ ୫୦୦୦ ରୁ ଅଧିକ ଲୋକ ଆସିଥିଲେ। ପ୍ରାୟ ଏକ ହଜାରରୁ ଅଧିକ ଲୋକ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସି ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କୁ ସେମାନଙ୍କ ସମସ୍ୟା କହିଥିଲେ। ଗଭୀର ମନଯୋଗରେ ସମସ୍ତଙ୍କ ସମସ୍ୟା ଶୁଣି ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେଇଛନ୍ତି।ଅଭିଯୋଗ ଶୁଣାଣି ପ୍ରକ୍ରିୟାକୁ ଆଗକୁ ଆହୁରି ସୁଦୃଢ଼ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୋ ସହିତ ଉପ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ମଧ୍ୟ ଏଥିରେ ସହଯୋଗ କରିଛନ୍ତି। ଏହା ଜାରି ରହିଲେ ଜିଲ୍ଲା ସ୍ତରରେ ଅଧିକାରୀ ମାନେ ଗୁରୁତ୍ଵ ଦେଇ ଲୋକଙ୍କ ସମସ୍ୟାର ସମାଧାନ କରିବେ। ଜିଲ୍ଲାସ୍ତରରେ ଲୋକଙ୍କ ସମସ୍ୟାର ସମାଧାନ ହୋଇ ପାରିଲେ ରାଜ୍ୟ ସ୍ତରରେ ଅଭିଯୋଗ କମ ରହିବ ବୋଲି ସେ ଆଶା ପ୍ରକାଶ କରିଥିଲେ। ଆଜିର ଶୁଣାଣିରେ ପ୍ରାୟ ୯୯ ପ୍ରତିଶତ ଅଭିଯୋଗର ସମାଧାନ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।
