ଭୁବନେଶ୍ୱର ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

ଭୁବନେଶ୍ୱର- ତା.୨୨.୦୭.୨୦୨୪- ଭୁବନେଶ୍ୱର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ମୋଟ ୨୫ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା । ସେଥିମଧ୍ୟରୁ ୨୦ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ ୫ଟି ଗୋଷ୍ଠୀଗତ ଅଭିଯୋଗ ଥିଲା । ସମସ୍ତ ଅଭିଯୋଗ ଗୁଡିକୁ ବିଚାରକୁ ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା ନିର୍ଦ୍ଦେଶ ଦେଇଛନ୍ତି । ଜନସାଧାରଣ ମାନଙ୍କୁ ସେବା ଯୋଗାଇ ଦେବା ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଥିଲେ ।

ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା, ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରୁଦ୍ର ନାରାୟଣ ମହାନ୍ତି, ଭୁବନେଶ୍ବର ଉପ ଜିଲ୍ଲାପାଳ ଶ୍ରୀ ନୀତିଶ ତ୍ରିପାଠୀ, ବିଡିଓ ଶ୍ରୀ ସାଗର ପାଳ, ତହସିଲଦାର ଶ୍ରୀ ମାନସ ରଞ୍ଜନ ସ୍ୱାଇଁ, ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ବିଶ୍ୱନାଥ ତରେଇ,ଅବକାରୀ ଉପ ଅଧିକ୍ଷକ ଶ୍ରୀ ରାଜ ଶେଖର ସ୍ବାଇଁ,ସାଧାରଣ ଅଭିଯୋଗ ଡେପୁଟି କଲେକ୍ଟର ଶ୍ରୀମତୀ ଶ୍ରୀତପା ମିଶ୍ର ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *