ବାଲିପାଟଣା ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ
ଭୁବନେଶ୍ୱର- ତା.୨୯.୦୭.୨୦୨୪- ବାଲିପାଟଣା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ମୋଟ ୧୨୩ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା । ସେଥିମଧ୍ୟରୁ ୧୦୨ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ ୨୧ଟି ଗୋଷ୍ଠୀଗତ ଅଭିଯୋଗ ଥିଲା । ସେଥିମଧ୍ୟରୁ ୬ଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଥିଲା । ଏହି ଜଣାଶୁଣାଣି ସମୟରେ ତିନି ଜଣଙ୍କୁ ଟ୍ରାଇସାଇକେଲ ଏବଂ ଜଣଙ୍କୁ ହ୍ଵିଲ ଚେୟାର ପ୍ରଦାନ କରାଯାଇଥିଲା ।

ସମସ୍ତ ଅଭିଯୋଗ ଗୁଡିକୁ ବିଚାରକୁ ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା ନିର୍ଦ୍ଦେଶ ଦେଇଛନ୍ତି । ଜନସାଧାରଣ ମାନଙ୍କୁ ସେବା ଯୋଗାଇ ଦେବା ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଥିଲେ । ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରୁଦ୍ର ନାରାୟଣ ମହାନ୍ତି, ଭୁବନେଶ୍ବର ଉପ ଜିଲ୍ଲାପାଳ ଶ୍ରୀ ନୀତିଶ ତ୍ରିପାଠୀ, ଜିଲ୍ଲା ପରିଷଦ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ କସ୍ତୁରୀ ବାଳା ଜେନା, ବିଡିଓ ସ୍ମୃତି ପ୍ରଜ୍ଞା ପ୍ରିୟଦର୍ଶିନୀ, ତହସିଲଦାର କଳ୍ପନା ଦାଶ, ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ବିଶ୍ୱନାଥ ତରେଇ, ଅବକାରୀ ଉପ ଅଧିକ୍ଷକ ଶ୍ରୀ ରାଜ ଶେଖର ସ୍ବାଇଁ,ଜିଲ୍ଲା ସାଧାରଣ ଅଭିଯୋଗ ଡେପୁଟି କଲେକ୍ଟର ଶ୍ରୀମତୀ ଶ୍ରୀତପା ମିଶ୍ର, ଜୋନ-୪ ଏସିପି ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।
