ଜଗତସିଂହପୁର ଜିଲ୍ଲାର ନୂତନ ଜିଲ୍ଲାପାଳ ଜେ. ସୋନାଲ

ଜଗତସିଂହପୁର ଜିଲ୍ଲାର ନୂତନ ଜିଲ୍ଲାପାଳ ଜେ. ସୋନାଲ ଙ୍କ ଦାୟିତ୍ୱ ଗ୍ରହଣ- ଆଜି ଜଗତସିଂହପୁର ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଜେ. ସୋନାଲ । ଜେ. ସୋନାଲ ପୂର୍ବରୁ ବୌଦ୍ଧ ଜିଲ୍ଲାପାଳ ରହିଥିଲେ । ତେବେ ଆଜି ବିଧିବଦ୍ଧ ଭାବେ ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ ଗ୍ରହଣ କରିବା ସହିତ ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ଦିଗରେ କାର୍ଯ୍ୟ କରିବାକୁ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଆଜିର ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ର ଅତିରିକ୍ତ ଜିଲ୍ଲାପାଳ, ଉପ ଜିଲ୍ଲାପାଳ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ସହିତ ସମସ୍ତ ସରକାରୀ ଅଧିକାରୀ ମାନେ ପୁଷ୍ପଗୁଚ୍ଛ ଦେଇ ନୂତନ ଜିଲ୍ଲାପାଳ ଜେ. ସୋନାଲ ଙ୍କୁ ସ୍ବାଗତ କରିଥିଲେ ।

Leave a Reply

Your email address will not be published. Required fields are marked *