ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ। ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆଜି କଣାସ ବ୍ଲକ କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିଲା।ଏଥିରେ ମୋଟ ୧୦୨ ଗୋଟି ଅଭିଯୋଗ ମିଳିଥିଲା।ସେଥି ମଧ୍ୟରୁ ୯୯ ଗୋଟି ବ୍ୟକ୍ତିଗତ,୩ ଗୋଟି ଗ୍ରାମ ସମସ୍ୟା ସମ୍ପର୍କିତ ଅଭିଯୋଗ ରହିଥିଲା। ଅଭିଯୋଗ ଗୁଡିକ ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା।ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି,ଉପ ଜିଲ୍ଲାପାଳ ଗୋପୀନାଥ କୁଅଁର,ବିଡ଼ିଓ, ତହସିଲଦାର, ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ଆଶୁତୋଷ ଦେ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ।
