ଶ୍ରୀକ୍ଷେତ୍ରରେ ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣର ଶୋଳପୂଜା।

ଶ୍ରୀକ୍ଷେତ୍ରରେ ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣର ଶୋଳପୂଜା। ଗଜପତିଙ୍କ ଶ୍ରୀନହରରେ ଗଜପତି ଦିବ୍ୟସିଂହ ଦେବ ବ୍ରାହ୍ମଣ ମାନଙ୍କୁ ବରଣ କରି ଦୁର୍ଗାପୂଜାର ଶୁଭାରମ୍ଭ କରିଛନ୍ତି। ୧୬ ଦିନ ଧରି ଏହି ପୂଜା ଅନୁଷ୍ଠିତ ହେଉଥିବା ବେଳେ ରାଜଗୁରୁ ପୁରୋହିତଙ୍କୁ ଗଜପତି ମହାରାଜାଙ୍କ ଶ୍ରୀହସ୍ତ ଛୁଆଁ ଗୁଆ ନଡିଆ ପ୍ରଦାନ କରିଛନ୍ତି।
ଶାରଦୀୟ ଦୁର୍ଗାପୂଜା ପାଇଁ ଆଜିଠାରୁ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ପାରମ୍ପରିକ ପ୍ରସ୍ତୁତି। ପରମ୍ପରା ଅନୁଯାୟୀ ଆଜି ମୁଳାଷ୍ଟମୀ ଅବସରରେ ଷୋଳପୂଜାର ବିଧି ଆରମ୍ଭ ହୋଇଛି ଗଜପତିଙ୍କ ଶ୍ରୀନହରରୁ। ଶ୍ରୀକ୍ଷେତ୍ରରେ ଥିବା ସମସ୍ତ ଶକ୍ତି ପୀଠ ଗୁଡ଼ିକରେ ଏହି ଶୋଳପୂଜା ପାଇଁ ଆଚାର୍ଯ୍ୟ ବରଣ କାର୍ଯ୍ୟ କରାଯାଇଛି। ଗଜପତି ଆଜି ୨୧ ଜଣ ବ୍ରାହ୍ମଣଙ୍କୁ ଡ଼ାକି ସେମାନଙ୍କୁ ବରଣ କରିବା ସହ ବସ୍ତ୍ର ଦାନ କରି ବିଭିନ୍ନ ପୀଠରେ ନିଯୁକ୍ତି କରିଛନ୍ତି। ଏହି ଆଚାର୍ଯ୍ୟ ମାନେ ଆଜିଠାରୁ ଷୋଳପୂଜାର ବିଧି ଅନୁଯାୟୀ ପୁରୀରେ ଥିବା ଶକ୍ତିପୀଠ ଗୁଡ଼ିକରେ ଚଣ୍ତିପାଠ, ଦୁର୍ଗା ଆରାଧନା ପ୍ରଭୃତି କରିବେ।
ଶ୍ରୀକ୍ଷେତ୍ରର କ୍ଷେତ୍ରାଶ୍ୱରୀ ଭାବେ ମାଁ ବିମଳାଙ୍କ ପୀଠରେ ଶୋଡ଼ଷ ପୂଜାବିଧି ଆରମ୍ଭ ହୋଇଛି ଏହି ଶୋସ୍ତ୍ର୍ରିୟ ବ୍ରାହ୍ମଣଙ୍କ ଦ୍ୱାରା। ସେହିପରି ଶ୍ରୀମନ୍ଦିର ପରିସରରେ ଥିବା ଭୂବନେଶ୍ୱରୀ, ବଟମଙ୍ଗଳା, ଉତ୍ତରାୟଣୀ ପୀଠ ସହ ଦକ୍ଷିଣ କାଳୀ, ଆଲାମଚଣ୍ତୀ ଓ ପଞ୍ଚମୁଖୀ ପୀଠରେ ମଧ୍ୟ ଶୋଳପୂଜା ଆରମ୍ଭ କରାଯାଇଛି।
ଶାରଦୀୟ ପୂଜାପାଇଁ ଶ୍ରୀକ୍ଷେତ୍ରରେ ପୂଜାବିଧି ଆରମ୍ଭ ହୋଇଥିବା ବେଳେ ଶ୍ରୀମନ୍ଦିରରେ ବିଶେଷ କରି ଏହି ସମୟରେ ଦୁର୍ଗାମାଧବ ଉପାସନା ସହ ଗୁପ୍ତ ଗୁଣ୍ତିଚାର ବିଧି ମଧ୍ୟ ଅନୁଷ୍ଠିତ ହୋଇଥାଏ।

Leave a Reply

Your email address will not be published. Required fields are marked *