ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ

।ପୁରୀ ୭/୧୦ ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଆଜି ବ୍ରହ୍ମଗିରି ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଏଥିରେ ଅଧ୍ୟକ୍ଷତା କରିବା ସହ ଅଭିଯୋଗ କାରୀ ଙ୍କ ଅଭିଯୋଗ ଶୁଣାଣି କରିଥିଲେ। ଏଥିରେ ମୋଟ ୧୭୫ ଗୋଟି ଅଭିଯୋଗ ମିଳିଥିଲା।ତନ୍ମଧ୍ୟରୁ ୧୫୯ ଗୋଟି ବ୍ୟକ୍ତିଗତ ଅଭିଯୋଗ,୧୫ ଗୋଟି ଗ୍ରାମ୍ୟ ସମ୍ପର୍କରେ ଅଭିଯୋଗ,ରେଡକ୍ରସ ରୁ ସହାୟତା ପାଇଁ ୧ ଗୋଟି ଆବେଦନ ମିଳିଥିଲା।ତନ୍ମଧ୍ୟରୁ ୯ ଗୋଟିର ତୁରନ୍ତ ସମାଧାନ କରାଯାଇଥିଲା।ଅନ୍ୟ ଅଭିଯୋଗ ଗୁଡିକ ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା ବୋଲି ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା ଦିଆଯାଇଛି।ଅନ୍ୟ ମାନଙ୍କ ମଧ୍ୟରେ ଏସ ପି ବିନୀତ ଅଗ୍ରୱାଲ,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି ,ବିଡ଼ିଓ, ତହସିଲଦାର, ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ଆଶୁତୋଷ ଦେ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *