ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ।
ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଆଜି ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରିବା ସହ ଅଭିଯୋଗ କାରୀ ଙ୍କ ଅଭିଯୋଗ ଶୁଣାଣି କରିଥିଲେ। ଏଥିରେ ମୋଟ ୭୧ ଗୋଟି ଅଭିଯୋଗ ମିଳିଥିଲା।ତନ୍ମଧ୍ୟରୁ ୪୫ ଗୋଟି ବ୍ୟକ୍ତିଗତ ଅଭିଯୋଗ,୧୨ ଗୋଟି ଗ୍ରାମ୍ୟ ସମ୍ପର୍କରେ ଅଭିଯୋଗ, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ପାଇଁ ୧୪ ଗୋଟି ଆବେଦନ ଆବେଦନ ମିଳିଥିଲା।ଅଭିଯୋଗ ଗୁଡିକ ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା ବୋଲି ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା ଦିଆଯାଇଛି।ଅନ୍ୟ ମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ଗୋପୀନାଥ କୁଅଁର,ଏଡ଼ିଏମଓ ଡା ବିରଜା ଶଙ୍କର ରଥ,ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ଆଶୁତୋଷ ଦେ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ।
