କ୍ରୀଡା ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ବାଲିପାଟଣା, ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକ ଅନ୍ତର୍ଗତ ଓଡଖଣ୍ଡ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର କ୍ରୀଡା ଶିକ୍ଷକ ଜନାବ ରିୟାସତ ଅଲ୍ଲୀ ଖାନଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିବା ଏହି ସଭାରେ ଜୟଦେବ ବିଧାୟକ ଶ୍ରୀଯୁକ୍ତ ନବ କିଶୋର ମଲ୍ଲିକ ମୁଖ୍ୟ ଅତିଥିଭାବେ ଶ୍ରୀଯୁକ୍ତ ଖାନଙ୍କୁ ପୁଷ୍ପଗୁଛ, ମାନପତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବିଦ୍ୟାଳୟର ଅଧ୍ୟକ୍ଷାଙ୍କ ସମେତ ସମସ୍ତ ଅଧ୍ୟାପକ, କର୍ମଚାରୀ, ଛାତ୍ରଛାତ୍ରୀ ଏବଂ ପୁରାତନ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *