ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳନ
ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳ ଜେ. ସୋନାଲ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ, ଏସ୍ପି ଭବାନୀ ଶଙ୍କର ଉଦଗାତା, ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ତାରିଣୀ, ପୌରାଧ୍ୟକ୍ଷା ଅର୍ଚ୍ଚନା ସିଂହଙ୍କ ସହିତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମୁଖ ଯୋଗ ଦେଇ “ଗଣ ମାଧ୍ୟମର ପରିବର୍ତ୍ତିତ ସ୍ୱରୂପ” ଶୀର୍ଷକ ଉପରେ ଆଲୋଚନା କରାଯାଇଥିଲା । ଏହା ସହିତ ସାମ୍ବାଦିକ ମାନଙ୍କର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯିବା ସହିତ ସମ୍ବାଦିକ ସୁରକ୍ଷା ଆଇନ ଓ ପେନସନ ଉପରେ ଆଲୋଚନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ତରୀୟ ସମସ୍ତ ସାମ୍ବାଦିକ ମାନେ ଯୋଗ ଦେବା ସହିତ ବିଦ୍ୟାଳୟ ସ୍ତରରେ ବକ୍ତୃତା ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।
