ବାଘମରା ହରିଜନ ଗ୍ରାମର ସର୍ଟସର୍କିଟ
ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ କୃଷ୍ଣପ୍ରସାଦ ବ୍ଲକ ବଜ୍ରକୋଟ ପଞ୍ଚାୟତ ବାଘମରା ହରିଜନ ଗ୍ରାମର ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟି ସୁକାନ୍ତ ନାହାକ ଙ୍କ 3 ବଖରା ଘର ସଂପୂର୍ଣ୍ଣ ନଷ୍ଟ ହୋଇଯାଇଅଛି।

ଆଜି ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା ଅଗ୍ନି ବିପନ୍ନ ପରିବାର ସୁକାନ୍ତ ନାହାକ ଙ୍କୁ ଭେଟି ଆଶ୍ୱାସନା ଦେବା ସହିତ ସମବେଦନା ଜଣାଇଛନ୍ତି। ଏହା ସହିତ ନିତ୍ୟବ୍ୟବହାର୍ଯ୍ୟ ଜିନିଷ, ଚୁଡ଼ା, ବିସ୍କୁଟ, ଚାଉଳ, ଡାଲି, ପାଲ ଶୁଖିଲା ଖାଦ୍ୟ ଓ ଆର୍ଥିକ ସହାୟତା ଯୋଗାଇବା ସହିତ ସମସ୍ତ ପ୍ରକାର ସାହାଯ୍ୟ କରାଯିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ଏହି ସମୟରେ କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷ ସରୋଜିନୀ ତରେଇ, ଜିଲ୍ଲା ପରିଷଦ ସଦସ୍ୟ ଲକ୍ଷ୍ମୀଧର ସାହୁ, ଲାମଲେଙ୍କା ପଞ୍ଚାୟତ ସମିତି ସଭ୍ୟାଙ୍କ ପ୍ରତିନିଧି ଦିଲିପ ରଣସିଂହ ଏବଂ କୃଷ୍ଣ ପ୍ରସାଦ ବ୍ଲକ ପୂର୍ବତନ ଉପାଧ୍ୟକ୍ଷ ପ୍ରଫୁଲ୍ଲ ପ୍ରଧାନ ପ୍ରମୁଖ ଉପସ୍ଥିତି ଥିଲେ।
