ଯାତ୍ରୀବାହୀ ବସ ଧକ୍କାରେ ୩ ମୃତ,
-ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ୫୩ ନଂ ଜାତୀୟ ରାଜପଥର ଖଇରାମୁଣ୍ଡା ଗାଁ ନିକଟରେ ଭୋଳାନାଥ ନାମକ ଯାତ୍ରୀବାହୀ ବସ ଧକ୍କାରେ ୩ ଜଣଙ୍କର ମୃତ୍ୟୁ ହୋଇଛି।ମୃତକ ମାନେ ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ଅନ୍ତର୍ଗତ ନାଉପାଳକାଟେଣୀ ଗାଁର ସାଗର ପ୍ରଧାନ, ପିନୁ ସାହୁ ଏବଂ ସୁମନ୍ତ ପରିଡା। ସମସ୍ତେ ଏକ ବାଇକ ଯୋଗେ ଛାତ ପାଇଁ ରଡ଼ ବାଇଣ୍ଡିଙ୍ଗ କରିବା ପାଇଁ ଖଇରାମୁଣ୍ଡା ଗାଁକୁ ଯାଉଥିବା ବେଳେ ଯାତ୍ରୀବାହୀ ବସଟି ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ହିଁ ସାଗରଙ୍କ ମୃତ୍ୟୁ ହୋଇଥିବା ବେଳେ ପିନୁ ଏବଂ ସୁମନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ହୋଇଛି। ଯାହାକୁ ନେଇ ଉତ୍ୟକ୍ତ ଲୋକମାନେ କ୍ଷତି ପୂରଣ ଦାବିରେ ୫୩ ନଂ ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ଫଳରେ ତାଳଚେର -ଡ଼ୁବୁରୀ ଯାତାୟାତ ଠପ ହୋଇଛି। ଏ ନେଇ ପରଜଙ୍ଗ ପୋଲିସ ଉତ୍ୟକ୍ତ ଲୋକଙ୍କୁ ବୁଝା ସୁଝା କରିବା ପରେ ରାସ୍ତାରୋକ ଉଠିଥିଲା।
