ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି

ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲା କଂଗ୍ରେସ ସଭାପତି ନଟବର ବାରିକଙ୍କ ଙ୍କ ସଭାପତିତ୍ୱରେ ଆୟୋଜିତ ସ୍ମୃତି ସଭାରେ ଜିଲ୍ଲା ଓକିଲ ସଂଘର ସଭାପତି ରବିନ୍ଦ୍ର ନାଥ ମହାନ୍ତି, ବିପ୍ଳବ ଚୌଧୁରୀ, ନିରଞ୍ଜନ ନାୟକ, ଅର୍ଚ୍ଚନା ସିଂ, ନାଳିନୀ କାନ୍ତ ସ୍ବାଇଁ, ସର୍ବେଶ୍ୱର ପଣ୍ଡା ପ୍ରମୁଖ ବହୁ କଂଗ୍ରେସ ନେତା ଓ କର୍ମୀମାନେ ଯୋଗଦେଇ ତାଙ୍କର ଫୋଟୋ ଚିତ୍ରରେ ପୁଷ୍ପାଞ୍ଜଳି ଅର୍ପଣ କରିବା ସହିତ ସ୍ମୃତି ଚାରଣ କରିଥିଲେ ।

Leave a Reply

Your email address will not be published. Required fields are marked *