ବିପୁଳ ପରିମାଣର ଦେଶୀ ମଦ ସହିତ ସ୍କୁଟି ଜବତ, ଜଣେ ଗିରଫ
ଭଦ୍ରକ ଅବକାରୀ ଅଧିକ୍ଷକ ଶ୍ରୀ ନରୋତ୍ତମ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ଶ୍ରୀକାନ୍ତ ମୁର୍ମୁ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ସାବରଙ୍ଗ ଥାନା ଅଧିନସ୍ଥ ଇଚ୍ଛାପୁର ନିକଟସ୍ଥ ବ୍ରହ୍ମପୁର ପଞ୍ଚାୟତ ଅଫିସ ନିକଟରେ ଚଢ଼ାଉ କରାଯାଇ ୧୦୦୦ ଲିଟର ଦେଶୀ ମଦ ସହିତ ଗୋଟିଏ ସ୍କୁଟି ଜବତ କରାଯାଇଛି। ଏହି ଚୋରା ମଦ କାରବାରରେ ସମ୍ପୃକ୍ତ ଥିବା ପୁରୁଣାବଜ଼ାର ଥାନା ଅନ୍ତର୍ଗତ ମିର୍ଜାପୁର ଗ୍ରାମର ନୁଥୁରୀ ବେହେରା ଙ୍କୁ ଗିରଫ କରାଯିବା ସହିତ ଅନ୍ୟ ଜଣେ ଆସାମୀ ଘଟଣା ସ୍ଥଳରୁ ଫେରାର ହୋଇଯାଇଛି l ଜବତ ମଦର ଆନୁମାନିକ ମୂଲ୍ୟ ୦୨ ଲକ୍ଷ ଟଙ୍କାରୁ ଉର୍ଦ୍ଧ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି l ଉକ୍ତ ଚଢ଼ାଉରେ ଏ.ଏସ୍.ଆଇ କ୍ଷୀରୋଦ ପାତ୍ର, କନେଷ୍ଟବଳ ଅଜିତ କୁମାର ସିଙ୍କୁ, ରୁଦ୍ରନାରାୟଣ ଦାସ, ପରେଶ ଟୁଡୁ, ଜେମାମଣୀ ଜାମୁଡା ପ୍ରଭୃତି ସାମିଲ ଥିଲେ । ଏନେଇ ଭଦ୍ରକ ଅବକାରୀ ଥାନା ପକ୍ଷରୁ ଗୋଟିଏ ମାମଲା ରୁଜ୍ଜୁ କରାଯାଇଛି।
