ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା

ଭୁବନେଶ୍ୱର ତା-22/01/2025ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା l ବୈଠକ ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ କ୍ୟାବିନେଟ ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମ କୁ ସୂଚନା ଦେଇଛନ୍ତି l ମୋଟ 9 ଟି ବିଭାଗର 10 ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବ ଗୁଡ଼ିକ ଆଲୋଚନା ପରେ ଅନୁମୋଦନ କରାଯାଇଛି l

( ତନ୍ମଧ୍ୟରେ ଗୋଟିଏ ପ୍ରସ୍ତାବ ସପ୍ତଦଶ ଓଡ଼ିଶା ବିଧାନ ସଭାର ତୃତୀୟ ଅଧିବେଶନ ଆହୂତ ସମ୍ପର୍କିତ ) ଥିଲା l ଅନୁଷ୍ଠିତ ପ୍ରେସ ବିବୃତ୍ତି ସମୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ସୂଚନା ଓ ଲୋକ ସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ଉପସ୍ଥିତ ଥିଲେ l

Leave a Reply

Your email address will not be published. Required fields are marked *