ବିଶିଆପଡ଼ା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ
ଜଟଣୀ ତା ୨୬-୦୧-୨୫ ଜଟଣୀ ପଞ୍ଚାୟତ ସମିତି ଅନ୍ତର୍ଗତ ବିଶିଆପଡା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ୭୬ତମ ସଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଶିଷ୍ଟ ସମାଜସେବୀ ତଥା ଜଟଣୀ ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ବିଜୟ କୁମାର ଛୋଟରାୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତକା ଉତ୍ତୋଳନ କରିବା ସହ ସ୍କାଉଟ ପତାକା ଉତ୍ତୋଳନ କରିଥିଲେ । ସେ ଛାତ୍ରୀମାନଙ୍କ ପକ୍ଷରୁ ପ୍ରଦର୍ଶିତ ଉତ୍କଳୀୟ ପରମ୍ପରା ଆଧାରିତ ସାଂସ୍କୃତିକ କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ । ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ୍ ତଥା ଆର ଏସ ଏସ ଜଟଣୀ ନଗର ସଂଘ ଚାଳକ ଶ୍ରୀ ନୀଳାମ୍ବର ମିଶ୍ର ଯୋଗ ଦେଇ ଗଣତନ୍ତ୍ରର ସୁରକ୍ଷା ପାଇଁ ଭାରତୀୟ ନାଗରିକର କର୍ତ୍ତବ୍ୟ ଓ ଦାୟିତ୍ଵ ସମ୍ବନ୍ଧରେ ଆଲୋଚନା କରିଥିଲେ । ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ଗୋରାଚାନ୍ଦ ରାୟ ଅତିଥିମାନଙ୍କ ପରିଚୟ ପ୍ରଦାନ କରିବା ସହ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ଶ୍ରୀ ଛୋଟରାୟ ପ୍ରମାଣ ପତ୍ର ସହ ପୁରସ୍କୃତ କରିଥିଲେ । ସୌଦାମିନୀ ଗୁରମା କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ନୀଳକଣ୍ଠ ଗୁରୁଜୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଶ୍ରେଣୀ ଅନୁଯାୟୀ ଛାତ୍ର ଛାତ୍ରୀମାନଙ୍କ ପକ୍ଷରୁ ଭାରତୀୟ ସଂସ୍କୃତି ତଥା ଉତ୍କଳୀୟ ପରମ୍ପରା ଆଧାରିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଶିଶୁ ବିଦ୍ୟା ମନ୍ଦିରର ସମସ୍ତ ଗୁରୁମା ଗୁରୁଜୀଙ୍କ ସହଯୋଗରେ ଉତ୍ସବଟି ସରସ ସୁନ୍ଦର ହୋଇଥିଲା ।
ଜଟଣୀରୁ ସ୍ଵତନ୍ତ୍ର ପ୍ରତିନିଧି ନୀଳାମ୍ବର ମିଶ୍ରଙ୍କ ରିପୋର୍ଟ ।
