ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ।ପୁରୀ ୧୭/୨ ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଆଜି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।ଏଥିରେ ୧୦୧ ଗୋଟି ଅଭିଯୋଗ ମିଳିଥିଲା।ଏଥିରେ ବ୍ୟକ୍ତିଗତ ଅଭିଯୋଗ ୮୧ ଗୋଟି, ଗ୍ରାମ ଅଭିଯୋଗ ୧୫ ଗୋଟି ଓ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ସହାୟତା ପାଇଁ ୫ ଗୋଟି ସମ୍ପର୍କରେ ରହିଥିଲା।ତନ୍ମଧ୍ୟରୁ ୧୨ ଗୋଟିର ତୁରନ୍ତ ସମାଧାନ କରାଯାଇଥିଲା।ଅଭିଯୋଗ ଗୁଡିକ ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା ବୋଲି ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା ଦିଆଯାଇଛି।ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଏସ ପି ଦେବବ୍ରତ ଚକ୍ର, ଉପ ଜିଲ୍ଲାପାଳ ରାଜ କିଶୋର ଜେନା, ସିଡିଏମଓ ଡା ରୂପଭାନୁ ମିଶ୍ର, ଅଭିଯୋଗ ଶୁଣାଣି ଅଧିକାରୀ ଆଶୁତୋଷ ଦେ,ଏନଫୋର୍ସମେଣ୍ଟ ଅଧିକାରୀ ଲିପ୍ସା ରାୟ,ଡେପୁଟି କଲେକ୍ଟର ମନୀଷା ଷଡ଼ଙ୍ଗୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶୁଭ୍ରାଂଶୁ ମହାରଣା, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରଦୀପ୍ତ କୁମାର ସେନାପତି ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ।
