ବାର୍ଷିକ ପୁରସ୍କାର ବିତରଣ ଉତ୍ସବ
ଜଟଣୀ ତା ୨୩-୦୨-୨୫ଜଟଣୀ ସନ୍ନିକଟ ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଯମୁନା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ବିଭୁତି ଭୁଷଣ ବଳୀୟାରସିଂ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀ ଦୁର୍ଯ୍ୟୋଧନ ସାହୁ ଯୋଗ ଦେଇଥିଲେ । ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀ ଗୁଣନିଧି ଭୁୟାଁ ଉତ୍ସବରେ ଅଧ୍ୟକ୍ଷତା କରିଥିବା ବେଳେ ଅନୁଷ୍ଠାନର ପ୍ରଧାନ ଶିକ୍ଷକ ଶ୍ରୀ କୁଣ୍ଟୁଳୁ ଧବଳେଶ୍ବର ଅତିଥି ପରିଚୟ କରିବାସହ ବାର୍ଷିକ ବିବରଣୀ ପାଠ କରିଥିଲେ । ସମ୍ମାନୀୟ ଅତିଥି ଭାବେ ପୁରୀ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର କୋଷାଧ୍ୟକ୍ଷ ଶ୍ରୀ ସୁରେନ୍ଦ୍ର ନାୟକ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀ ସୁରେଶ ବେହେର, ଅବସରପ୍ରାପ୍ତ ଶିକ୍ଷକ ନାରାୟଣ ପାତ୍ର, ସର୍ବେଶ୍ଵର ଭୂଜୁବଳ, ସି ଆର୍ ସି ସି ମନୋରଞ୍ଜନ ମହାରଣା , ଦିଲ୍ଲୀପ କୁମାର ଭୁୟାଁ ପ୍ରମୁଖ ଯୋଗ ଦେଇଥିବା ବେଳେ ସହକାରୀ ଶିକ୍ଷକ ଶ୍ରୀ ଲାବଣ୍ୟେନ୍ଦୁ ଦଳେଇ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ବିଦ୍ୟାଳୟ ପକ୍ଷରୁ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଛାତ୍ର ଛାତ୍ରୀମାନେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
ଜଟଣୀରୁ ସ୍ଵତନ୍ତ୍ର ପ୍ରତିନିଧି ନୀଳାମ୍ବର ମିଶ୍ରଙ୍କ ରିପୋର୍ଟ
