ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଉତ୍ସବ*
ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଯଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ l ଏହି ଦିବସକୁ ସାରା ରାଜ୍ୟ ଅତି ଭକ୍ତିପୂର୍ଣ୍ଣ ଭାବରେ ପାଳନ କରାଯାଉଛି l ଏହି ପରିପକ୍ଷରେ ବ୍ୟାସନଗର ବିଜେଡି ପକ୍ଷରୁ ନହକା ସ୍ଥିତ ପ୍ରତିମୂର୍ତ୍ତି ନିକଟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି l ବ୍ୟାସନଗର ବିଜେଡି ସମ୍ପାଦକ ମହେଶ ଧଳଙ୍କ ନେତୃତ୍ୱରେ ନହକା ସ୍ଥିତ ପ୍ରତିମୂର୍ତ୍ତି ନିକଟରେ ଆୟୋଜିତ ଜୟନ୍ତୀ ଉତ୍ସବ କାର୍ଯ୍ୟକ୍ରମରେ ଯାଜପୁର ପୌର ପାଳିକାର ପୂର୍ବତନ ଅଧ୍ୟକ୍ଷ ଭବପ୍ରସାଦ ଦାସ ଅତିଥିଭାବେ ଯୋଗଦେଇ ମାଲ୍ୟାର୍ପଣ କରିଥିଲେ l ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥିଭାବେ ଜିଲ୍ଲା ବିଜେଡି ମହିଳା ସଭାନେତ୍ରୀ ସବିତା ରାଉତ, ବ୍ୟାସନଗର ପୌର ପରିଷଦର ଅଧ୍ୟକ୍ଷା ସଂଗୀତା ପିଙ୍ଗୁଆ ଓ ଉପାଧ୍ୟକ୍ଷ ସୁବାଷ ଚନ୍ଦ୍ର ବଳ ଯୋଗଦେଇ ବିଜୁ ବାବୁଙ୍କ ନୀତି ଆଦର୍ଶ ସମ୍ପର୍କରେ ଆଲୋଚନା କରିଥିଲେ l ଏହି ଅବସରରେ ବିଜେଡି କାଉନସିଲରଙ୍କ ସମେତ ଦଳୀୟ କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ l
ଯାଜପୁର ବ୍ୟାସନଗର ରୁ ଜ୍ୟୋତି ପ୍ରକାଶ ଭୂୟାଁ ଙ୍କ ରିପୋର୍ଟ
