ସ୍ବର୍ଗଦ୍ଵାର ରେ ପଦ୍ମ ଭୂଷଣ ରମାକାନ୍ତ ରଥ ଙ୍କ ଶେଷକୃତ୍ୟ ସମ୍ପର୍ଣ୍ଣ।

ପୁରୀ ୧୭/୩ ସ୍ବର୍ଗଦ୍ବାର ରେ ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ବିଶିଷ୍ଟ କବି ସ୍ବର୍ଗତ ପଦ୍ମଭୂଷଣ ରମାକାନ୍ତ ରଥ ଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ର ସହ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି।ସ୍ବର୍ଗତ ରଥ ଙ୍କ ବଡ ପୁଅ ପିନାକୀ ରଥ ମୁଖାଗ୍ନି ଦେଇଥିଲେ।ପରିବାରର ଅନ୍ୟ ସଦସ୍ୟ ମାନେ ଶେଷକୃତ୍ୟ ରେ ଉପସ୍ଥିତ ଥିଲେ।ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ରାଷ୍ଟ୍ରୀୟ ମର୍ଯ୍ୟାଦା ର ସହ ଶେଷକୃତ୍ୟ ହୋଇଥିଲା।ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସ ପି ବିନୀତ ଅଗ୍ରୱାଲ ଉପସ୍ଥିତ ରହି ଶେଷକୃତ୍ୟ କାର୍ଯ୍ୟ ତଦାରଖ ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ଗାର୍ଡ ଅଫ ଅନର ଦେବା ପରେ ସମସ୍ତେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।ପୂର୍ବତନ ମୁଖ୍ୟ ଶାସନ ସଚିବ ଗୋକୁଳ ଚନ୍ଦ୍ର ପତି,ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ,ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ପୋଲିସ ରିଜର୍ଭ ଇନ୍ସପେକ୍ଟର ଚିତ୍ତ ରଞ୍ଜନ ମହାନ୍ତି, ସି ବିଚ ଥାନା ଅଧିକାରୀ ମାନସ ରଞ୍ଜନ ଚକ୍ର, ବିଶିଷ୍ଟ ସାହିତ୍ୟିକ ଗୌରହରି ଦାସ,ସମାଜସେବୀ ତଥା ସଂସ୍କୃତି ପ୍ରେମୀ ବଦ୍ରି ମିଶ୍ର,କବି ଶ୍ୟାମ ପ୍ରକାଶ ସେନାପତି,କବି ଚିତ୍ତ ରଞ୍ଜନ ମିଶ୍ର,ଲୋକ ପ୍ରତିନିଧି, ସାହିତ୍ୟିକ ଓ ସାହିତ୍ୟ ଅନୁରାଗୀ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *