ପଦ୍ମଭୂଷଣ କବି ରମାକାନ୍ତ ରଥଙ୍କ ବିୟୋଗରେ ବାଚସ୍ପତିଙ୍କ ଶୋକ l

ପଦ୍ମଭୂଷଣ କବି ରମାକାନ୍ତ ରଥଙ୍କ ବିୟୋଗରେ ବାଚସ୍ପତିଙ୍କ ଶୋକ l ଆଧୁନିକ ଓଡ଼ିଆ ସାହିତ୍ୟର ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥଙ୍କ ବିୟୋଗରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି l ଏକ ଶୋକ ବାର୍ତାରେ ବାଚସ୍ପତି କହିଛନ୍ତିଯେ, ଓଡ଼ିଆ ସାହିତ୍ୟକୁ ଜାତୀୟ ତଥା ଅlନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବାରେ ସ୍ବର୍ଗତ ରଥଙ୍କ ଭୂମିକା ତାଙ୍କୁ ଚିର ଦିନ ପାଇଁ ସ୍ମରଣୀୟ କରି ରଖିବ l ଜଣେ ପ୍ରଶାସନିକ ଅଧିକାରୀ ଭାବେ ବିଭିନ୍ନ ଦାୟିତ୍ୱରେ ରହି ଓ ମୁଖ୍ୟ ଶାସନ ସଚିବ ଭାବେ ରାଜ୍ୟର ଉନ୍ନତି ତଥା ବିକାଶ ରେ ତାଙ୍କର ଭୂମିକା ଗୁରୁତ୍ୱ ପୂର୍ଣ୍ଣ l ତାଙ୍କ ବିୟୋଗ ସାହିତ୍ୟ ଜଗତ ପାଇଁ ଅପୂରଣୀୟ କ୍ଷତି l ବାଚସ୍ପତି ସ୍ବର୍ଗତ ରଥଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି l ବିଭୁତି ନାୟକ ଲୋକସମ୍ପର୍କ ଅଧିକାରୀ

Leave a Reply

Your email address will not be published. Required fields are marked *