ପୁଲିସ୍ ହାଉସିଂ ବୋର୍ଡ କର୍ପୋରେସନ ଡେପୁଟି ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢାଉ

ଓଡିଶା ରାଜ୍ୟ ପୁଲିସ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନ ଲିମିଟେଡ଼ର ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କ ଘରେ ଆଜି ସକାଳୁ ସକାଳୁ ରେଡ଼ କରିଛି ଭିଜିଲାନ୍ସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁଲିସ ବିଭାଗର ଏହି ଅଧିକାରୀଙ୍କ ଘରେ ଚାଲିଛି ରେଡ। ତାଙ୍କ ଘର ସମେତ ଭୁବନେଶ୍ୱର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ୧୦ଟି ଜାଗାରେ ଭିଜିଲାନ୍ସ ପକ୍ଷରୁ ୧୧ ଜଣିଆ ଟିମ୍ ଏକକାଳୀନ ଚଢ଼ାଉ କରାଯାଉଛି।ପ୍ରତାପ ସାମଲଙ୍କ ଭୁବନେଶ୍ୱର ଆଇଆରସି ଭିଲେଜ୍ ପ୍ଲଟ୍ ନମ୍ବର ଏନ୍/୬-୪୧୬ରେ ଏକ ତିନିମହଲା କୋଠା, ଜୟଦେବ ବିହାରରେ ଏକ ଦୁଇମହଲା ଘର, ବିଜୁ ପଟ୍ଟନାୟକ କଲେଜ ଛକ ମା ଭାଗବତୀ ମନ୍ଦିର ବିପରୀତ ଦିଗରେ ଏକ ଛଅମହଲା କୋଠା, ଖଣ୍ଡଗିରିରେ ଏକମହଲା ଭଡ଼ା ଦିଆଯାଇଥିବା ଘର, ଅନନ୍ୟା ଟାୱାରରେ ଥିବା ତାଙ୍କ ସହଯୋଗୀଙ୍କ ଘର, ଓଡ଼ିଶା ପୁଲିସ୍ ହାଉସିଂ କର୍ପୋରେସନର ତାଙ୍କ କାର୍ଯ୍ୟାଳୟ, ଭଦ୍ରକ ଜିଲ୍ଲାର ବାସୁଦେବପୁରର ବାଲି କଲୋନୀ ଠାରେ ଏକ ତିନି ମହଲା ଆପାର୍ଟମେଣ୍ଟରେ ସକାଳ ଠାରୁ ଚଢ଼ାଉ ଜାରି ରଖିଥିବା ବେଳେ ବାଲେଶ୍ୱର ଜିଲ୍ଲାର ସିମୁଳିଆ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହରିପୁରରେ ନିଜର ପୈତୃକ ଘର ଓ ସଂପର୍କୀୟଙ୍କ ଘରେ ଚଢ଼ାଉ ଜାରି ରହିଛି। ଜଣେ ଅତିରିକ୍ତ ଏସପି, ୫ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ଅନ୍ୟ କର୍ମଚାରୀମାନଙ୍କୁ ନେଇ ଓଡ଼ିଶା ଭିଜିଲାନ୍ସର ୧୧ ଜଣିଆ ଟିମ୍ ଏହି ଚଢ଼ାଉରେ ସାମିଲ ଥିବା ଜଣାଯାଇଛି।

ରିପୋର୍ଟ : ପୁନିଲ କୁମାର ସାମନ୍ତ।

Leave a Reply

Your email address will not be published. Required fields are marked *