କୁଆପଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଜଟଣୀ ତା ୨–୪-୨୫ ଡେ଼ଲାଙ୍ଗ ବ୍ଲକ ଅନ୍ତର୍ଗତ କୁଆପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ୍ ଶ୍ରୀ ଉଲ୍ଲାସ ପାଟସାଣୀ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ପୂର୍ବତନ ସି ଆର ସି ସି ଶ୍ରୀ ସର୍ବେଶ୍ଵର ଭୁଜୁବଳ ଯୋଗ ଦେଇଥିଲେ । ଅବସର ପ୍ରାପ୍ତ ଶିକ୍ଷକ ନେତା ଶ୍ରୀ ପ୍ରହଲ୍ଲାଦ ସ୍ୱାଇଁ ଉତ୍ସବରେ ଅଧ୍ୟକ୍ଷତା କରିଥିବା ବେଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ସୁରେନ୍ଦ୍ର ନାୟକ ବାର୍ଷିକ ବିବରଣୀ ପାଠ କରିଥିଲେ । ସମ୍ମାନୀତ ଅତିଥି ଭାବେ ସାଉରିଆ ଗ୍ରାମ ପଞ୍ଚାୟତର ନାଏବ ସରପଞ୍ଚ ଶ୍ରୀମତୀ ସୂର୍ଯ୍ୟ ଲକ୍ଷ୍ମୀ ଜେନା, ଡେ଼ଲାଙ୍ଗ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ ଶ୍ରୀ ପ୍ରଶାନ୍ତ କୁମାର ଦାସ, ଶିକ୍ଷକ ନାରାୟଣ ପାତ୍ର, କୁଣ୍ଟୁଲୁ ଧବଳେଶ୍ଵର, ଗୋପାଳ ଚନ୍ଦ୍ର ମହାପାତ୍ର , ସାମ୍ବାଦିକ ନୀଳାମ୍ବର ମିଶ୍ର, ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀ ଉମେଶ ଚନ୍ଦ୍ର ମହାନ୍ତି, ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଶ୍ରୀ ଅଶୋକ ହରିଚନ୍ଦନ, ଉପାଧ୍ୟକ୍ଷ ଉର୍ମିଳା ମାର୍ଥା ଛାତ୍ର ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ । ଏହି ଅବସରରେ ଅତିଥିମାନଙ୍କୁ ଉତ୍ତରୀୟ ଓ ଫୁଲତୋଡା ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ଛାତ୍ର ଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଘୋରଡିଆ ନୋଡାଲ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ବର୍ଷା ପ୍ରିୟଦର୍ଶିନୀ ସଂଯୋଜନା କରିଥିଲେ । ଶ୍ରୀ ଗଙ୍ଗା ଧର ମଲ୍ଲିକଙ୍କ ଯାଦୁଖେଳ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲା । ପ୍ରଧାନ ଶିକ୍ଷକ ଶ୍ରୀ ନାୟକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
ଜଟଣୀରୁ ସ୍ଵତନ୍ତ୍ର ପ୍ରତିନିଧି ଶ୍ରୀ ନୀଳାମ୍ବର ମିଶ୍ରଙ୍କ ରିପୋର୍ଟ ।
