ଜିଲ୍ଲା ଆଇନସେବା ପ୍ରାଧିକରଣ ରାୟଗଡା ଦ୍ୱାରା ଆଇନ ସଚେତନତା କାର୍ଯ୍ୟକ୍ରମ
ରାୟଗଡ଼ା-୨୫/୪-ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀଙ୍କ ପରାମର୍ଶ କ୍ରମେ ଜିଲ୍ଲା ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଶୁକ୍ରୁବାର ପୂର୍ବାହ୍ନ ୧୦ଟାରେ ସ୍ଥାନୀୟ ବାରିଝୋଲା ୟୁ.ପି ସ୍କୁଲ ପରିସରରେ ଅନୁସୂଚିତ ଜାତିର ଲୋକମାନଙ୍କ ପାଇଁ ଥିବା ଆଟ୍ରୋସିଟି ଆକ୍ଟ ସହିତ ପୋକ୍ସ ଆକ୍ଟ ଉପରେ ଏକ ଆଇନ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡା ବାର ଆସୋସିଏସନର ଆଇନଜୀବି ସାମୁଏଲ ତାଣ୍ଡି, ଦେବରାଜ ନାୟକ, ବାରିଝୋଲା ଗ୍ରାମର ସରପଞ୍ଚ ନାଏବ ସରପଞ୍ଚ ଓ ଗ୍ରାମର ଜନସାଧାରଣ ପ୍ରମୁଖ ଉପସ୍ଥିତ ଥିଲେ I ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ନିଜର ବକ୍ତବ୍ୟରେ ଅନୁସୂଚିତ ଜାତିର ଲୋକ ମାନଙ୍କ ପାଇ ଥିବା ଆଟ୍ରୋସିଟି ଆକ୍ଟ ସହିତ ବାଲ୍ୟ ବିବାହ, ଶିଶୁ ଶ୍ରମିକ ଓ ଅନ୍ଧବିଶ୍ୱାସ ଏହା ସହିତ ବିଭିନ୍ନ ପ୍ରକାର ଆଇନ ଉପରେ ବିସୃତ ଭାବରେ ଅଂଶଗ୍ରହଣକାରୀ ମାନଙ୍କୁ ବୁଝାଇଥିଲେ I ସେହିପରି ଉପସ୍ଥିତ ଥିବା ଅନ୍ୟ ଅତିଥିମାନେ ନିଜର ବକ୍ତବ୍ୟରେ ମହିଳା ମାନେ କର୍ମକ୍ଷେତ୍ରରେ ଯୌନନିର୍ଯ୍ୟାତନର ଶୀକାର ହେଉଛନ୍ତି ତାକୁ କିପରି ପ୍ରତିରୋଧ କରିବା ଓ କିପରି ଯୌନ ନିର୍ଯ୍ୟାତନା ଶୀକାର ନହୁଅନ୍ତି ସେଥିପାଇ ସେମାନେ କମ୍ପ୍ଲେନ କମିଟିର ସହଯୋଗ ନେବାକଥା ସେ ବିଷୟରେ ବିସୃତ ଭାବରେ ଅଂଶ ଗ୍ରହଣକାରୀମାନଙ୍କୁ ବୁଝାଇଥିଲେ I ପରିଶେଷରେ ବିଭିନ୍ନ ଅସୁବିଧା ସମୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଦ୍ୱାରସ୍ଥ ହେବା ପାଇଁ ସମସ୍ତ ଜନସାଧାରଣଙ୍କୁ ବୁଝାଇଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଗ୍ରାମର ସମସ୍ତ ଜନସାଧାରଣ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I
ରାୟଗଡାରୁ ନୃସିଂହ ଚରଣ ବାରିକଙ୍କ ରିପୋର୍ଟ
