ଅଜଣା ଗାଡ଼ି ଧକ୍କାରେ ୨ ମୃତ,ଜଣେ ଗୁରୁତର |

ଭଦ୍ରକ: ଦୁର୍ଘଟଣା ନେଲା ଦୁଇ ଜୀବନ । ଟ୍ରକ ଧକ୍କାରେ ଦୁଇ ଯୁବକଙ୍କ ମୃତ୍ୟୁ । ଅନ୍ୟ ଜଣେ ଗୁରୁତର । ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥର ବନ୍ତ ଛକ ନିକଟରେ ଦୁର୍ଘଟଣା ଘଟିଛି । ମୃତକଙ୍କ ପରିଚୟ ମିଳିନାହିଁ । ପଶ୍ଚିମବଙ୍ଗରୁ ୩ ଜଣ ଯୁବକ ବାଇକରେ ଭୁବନେଶ୍ବର ଅଭିମୁଖେ ଯାଉଥିଲେ।ବନ୍ତ ଛକରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଗୁରୁତରଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି ।

Leave a Reply

Your email address will not be published. Required fields are marked *