ମଧୁବାବୁ ଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜ୍ଞାପନ

ମଧୁବାବୁ ଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜ୍ଞାପନ।
ପୁରୀ ୨୮/୪ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପବିତ୍ର ଜୟନ୍ତୀ ଅବସରରେ ପୁରୀ ଜିଲ୍ଲା ପ୍ରଶାସନ, ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ଓ ଅନ୍ୟାନ୍ୟ ସଂଗଠନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ମଧୁବାବୁ ଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା।ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଡ. ଶରତ ଚନ୍ଦ୍ର ମହାପାତ୍ର ମଧୁସୂଦନ ଦାସ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିବା ସହ ସ୍ବତନ୍ତ୍ର ଓଡିଶା ଗଠନ, ଭାଷା ସୁରକ୍ଷା ରେ ମଧୁବାବୁ ଙ୍କ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ।ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ଙ୍କ ସଂଯୋଜନା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ପରିଷଦର ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ରାଜୀବ ବେହେରା,ଡେପୁଟି କଲେକ୍ଟର ପ୍ରଶାନ୍ତ ଜେନା,ମନୀଷା ଷଡ଼ଙ୍ଗୀ, ସହଦେବ ସାହୁ, ବିବେକାନନ୍ଦ ସାହୁ,ମୁଖ୍ୟ ଯୋଗାଣ ଅଧିକାରୀ ସଞ୍ଜୀବ କୁମାର ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ବିକାଶ କୁମାର ମହାନ୍ତି,ଜିଲ୍ଲା ପଞ୍ଚାୟତ ଅଧିକାରୀ ବଳରାମ ପାତ୍ର,ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ପ୍ରଦୀପ କୁମାର ଦାସ, ଉପ ନିର୍ଦ୍ଦେଶକ ଉଦ୍ୟାନ ମଞ୍ଜୁଳା ରଥ, ଆରଟିଓ ରବିନ ପଟ୍ଟନାୟକ,


ସହକାରୀ ଜିଲ୍ଲାପାଳ ଆଶୁତୋଷ ଦେ,ୱ୍ବାଟକୋ ନିର୍ବାହୀ ଯନ୍ତ୍ରୀ ବିକ୍ରମ ରାଉତ, ଏଆରସିଏସ ସ୍ୱରୂପ କର, ପ୍ରୋଗ୍ରାମ ଅଫିସର ସୁହାଗୀ ହେମ୍ବ୍ରମ ପ୍ରମୁଖ ଯୋଗ ଦେଇ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।ଅନ୍ୟାନ୍ୟ ସ୍ଥାନରେ ଥିବା ଉତ୍କଳ ଗୌରବ ଙ୍କ ପ୍ରତିମୂର୍ତ୍ତି ରେ ବିଭିନ୍ନ ବ୍ୟକ୍ତି ବିଶେଷ, ଅନୁଷ୍ଠାନ ପକ୍ଷରୁ ମାଲ୍ୟାର୍ପଣ କରାଯାଇଥିଲା।

Leave a Reply

Your email address will not be published. Required fields are marked *