ଦ୍ବିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ-୨୦୨୫ ଅନୁଷ୍ଠିତ

ଫୁଲବାଣୀଫୁଲବାଣୀ ଜିଲ୍ଲା ଆଇନସେବା ପ୍ରାଧିକରଣ ଆନୁକୂଲ୍ୟରେ ଜିଲ୍ଲା କୋର୍ଟ ପରିସରରେ ଏବଂ ତାଲୁକ ସ୍ତରୀୟ ବିଚାର ବିଭାଗୀୟ କୋର୍ଟ ପରିସରରେ ଆସନ୍ତା ତା ୧୦.୦୫.୨୦୨୫ ରିଖ ଶନିବାର ଦିନ ଦ୍ବିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ-୨୦୨୫ ଅନୁଷ୍ଠିତ ହେବାକୁ ଯାଉଅଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରଧିନ ମକଦ୍ଦମା ଯଥା ଫୌଜଦାରି (ସାଲିସ ଯୋଗ୍ୟ), ଚେକ ବାଉନ୍ସ ମାମଲା, ବ୍ୟାଙ୍କ ଋଣ ମାମଲା, ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ଶ୍ରମ ଓ ନିଯୁକ୍ତି ବିବାଦ, ଦିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ବିଲ ଦେୟ ଜନିତ ବିବାଦ (ସାଲିସ ବିହୀନ ବିବାଦକୁ ବାଦ ଦେଇ), ବୈବାହିକ ବିବାଦ (ଛାଡପତ୍ର ବ୍ୟତିତ) ଜମି ଅଧିଗ୍ରହଣ, ଚାକିରି ସମ୍ବନ୍ଧୀୟ (ଦରମା, ଭତ୍ତା ଓ ଅବସରକାଳୀନ ପ୍ରାପ୍ୟ) ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରଧିନ ମକଦ୍ଦମା ନୁହେଁ, ପ୍ରାକ-ମକଦ୍ଦମା ସ୍ତରୀୟ (କଚେରୀରେ ଦାଏର ହୋଇନଥିବା) ଚେକ ବାଉନ୍ସ ମାମଲା, ବ୍ୟାଙ୍କ ଋଣ ବିବାଦ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ବିଲ ଦେୟ ଜନିତ ବିବାଦ (ସାଲିସ ବିହୀନ ବିବାଦକୁ ବାଦ ଦେଇ), ଭରଣପୋଷଣ ବିବାଦ, ଅନ୍ୟାନ୍ୟ ସାଲିସଯୋଗ୍ୟ ଫଉଜଦାରି ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ମଧ୍ୟ ସମାଧାନ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ହୋଇପାରିବ । ଲୋକ ଅଦାଲତରେ ମକଦ୍ଦମା/ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ପଡେନାହିଁ ଏବଂ ଲୋକ ଅଦାଲତଙ୍କ ରାୟ ବୈଧ, ଚୁଡାନ୍ତ ଏବଂ ଅମଳଯୋଗ୍ୟ । ଯଦି କୌଣସି ବିଚାରଧିନ ମକଦ୍ଦମାର ସମାଧାନ ଲୋକ ଅଦାଲତ ମାଧ୍ୟମରେ ହୁଏ, ଆଗରୁ ପଇଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଦୀର୍ଘଦିନ ଧରି ଚାଲୁ ରହିଥିବା ମକଦ୍ଦମାର ସହଜ ସମାଧାନ ପାଇଁ ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରିବାକୁ ଜିଲ୍ଲା ଆଇନସେବା ପ୍ରାଧିକରଣ ଫୁଲବାଣୀ ତରଫରୁ ଅନୁରୋଧ କରାଯାଇଛି । ସବିଶେଷ ବିବରଣୀ ତଥା ଏହି ବିଷୟରେ ଅଧିକ ଜାଣିବା ନିମନ୍ତେ ନିକଟସ୍ଥ ଅଦାଲତରେ କାର୍ଯ୍ୟରତ ଜିଲ୍ଲା ଆଇନସେବା ପ୍ରାଧିକରଣ ବା ତାଲୁକ ଆଇନସେବା କାର୍ଯ୍ୟ।ଳୟ ସହ ଦୁରଭାଷ ନଂ ୦୬୮୪୨-୨୫୪୦୩୧ ରେ ଯୋଗାଯୋଗ କରାଯାଇପାରିବ ।

Leave a Reply

Your email address will not be published. Required fields are marked *