କାଶୀପୁରଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
କାଶୀପୁରଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ରାୟଗଡ଼ା-୧୩/୫-ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ମଙ୍ଗଳବାର ଦିନ କାଶୀପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ
ଉପଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା, ସମ୍ମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଶ୍ରୀ ଚନ୍ଦ୍ର କାନ୍ତ ମାଝୀ, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ମମତା ସାହୁ ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ । ମୋଟ ୪୩ଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୩୨ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୧ ଗୋଟି ଗ୍ରାମବାସୀମାନଙ୍କର ସାମୂହିକ ଅଭିଯୋଗ ଥିଲା l
ଏହି ଅଭିଯୋଗ ଶିବିରରେ ଜିଲ୍ଲାସ୍ତରୀୟ ଅଧିକାରୀ ଓ ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ରାୟଗଡ଼ାରୁ ନୃସିଂହ ଚରଣ ବାରିକଙ୍କ ରିପୋର୍ଟ
