ପୁରୀ ଜିଲ୍ଲା ଦିଶା ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ଦିଶା ବୈଠକ ଅନୁଷ୍ଠିତ।
ପୁରୀ ୧୪/୫ ପୁରୀ ଜିଲ୍ଲା ଉନ୍ନୟନ ସମନ୍ବୟ ଓ ପରିଚାଳନା କମିଟି ବା ଦିଶା ବୈଠକ ଆଜି ଅପରାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା।ଏଥିରେ ପୁରୀ ଲୋକସଭା ସାଂସଦ ଡା ସମ୍ବିତ ପାତ୍ର ଅଧ୍ୟକ୍ଷତା କରିବା ସହ ସମସ୍ତ ସରକାରୀ ଯୋଜନା ଜନସାଧାରଣଙ୍କ ହିତ ପାଇଁ ଉଦ୍ଦିଷ୍ଟ।ତେଣୁ ପ୍ରତ୍ୟେକ ବିଭାଗ ନିଷ୍ଠାର ସହ କାର୍ଯ୍ୟ କରି ଲୋକ ମାନଙ୍କୁ ତାହାର ସୁଫଳ ପ୍ରଦାନ କରିବାକୁ ପରାମର୍ଶ ଦେଇଥିଲେ।୨୦୩୬ ମସିହା ସୁଦ୍ଧା ବିକଶିତ ଓଡିଶା ଓ ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ କରିବା ସରକାରଙ୍କ ଲକ୍ଷ୍ୟ ରହିଛି।

ସେହିପରି ପୁରୀ ରେ ଆନ୍ତର୍ଜାତୀୟ ଏୟାର ପୋର୍ଟ କୁ ମଞ୍ଜୁରୀ ମିଳିବା ଓ ସାତପଡ଼ା ଜହ୍ନିକୁଦା ବ୍ରିଜ ନିର୍ମାଣ ପାଇଁ ଡିପିଆର ପ୍ରସ୍ତୁତ ହେବା ଏକ ବଡ ଉପଲବ୍ଧି ସେ କହିବା ସହ ସାମୁହିକ ଉଦ୍ୟମ ଆମକୁ ସମସ୍ତ କ୍ଷେତ୍ରରେ ସଫଳତା ଆଣି ଦେବ ବୋଲି କହିଥିଲେ।ଏହି ବୈଠକରେ ଜଗତସିଂହପୁର ସାଂସଦ ବିଭୂପ୍ରସାଦ ତରାଇ, କାକଟପୁର ବିଧାୟକ ତୁଷାର କାନ୍ତି ବେହେରା,ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର,ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ର,ପୁରୀ ବିଧାୟକ ସୁନିଲ କୁମାର ମହାନ୍ତି, ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ,ଜିଲ୍ଲା ପରିଷଦ ସଭାପତି ସ୍ୱପ୍ନାରାଣୀ ସ୍ୱାଇଁ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଶଂଗ୍ରହଣ କରିଥିଲେ। ଜାତୀୟ ସ୍ୱାସ୍ଥ୍ୟ ମିଶନ,ସମାଜ କଲ୍ୟାଣ ବିଭାଗ, ସାମାଜିକ ସୁରକ୍ଷା ବିଭାଗ, ମଧ୍ୟାହ୍ନ ଭୋଜନ, ସମଗ୍ର ଶିକ୍ଷା ଅଭିଯାନ, ଗ୍ରାମୀଣ ଜ୍ୟୋତି ଯୋଜନା ଓ ଉଦୟ ଯୋଜନା, ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା,ଡିଜିଟାଲ ଇଣ୍ଡିଆ, ମନରେଗା ଯୋଜନା, ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନା, ସ୍ୱଛ ଭାରତ ମିଶନ, ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା, ସୂର୍ଯ୍ୟ ଘର ଯୋଜନା ଇତ୍ୟାଦି ଯୋଜନା ସମ୍ପର୍କରେ ଆଲୋଚନା କରାଯାଇ ପ୍ରକଳ୍ପ କାର୍ଯ୍ୟ କୁ ତ୍ୱରାନ୍ୱିତ କରିବାକୁ ସାଂସଦ ଡା ପାତ୍ର ପରାମର୍ଶ ଦେଇଥିଲେ।ପ୍ରାରମ୍ଭରେ ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି ସମସ୍ତ ଙ୍କୁ ସ୍ୱାଗତ କରିବା ସହ ବୈଠକ ପରିଚାଳନା ରେ ସହଯୋଗ କରିଥିଲେ।ଏଥିରେ ଜିଲ୍ଲା ପରିଷଦ ସଦସ୍ୟ, ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *