ଜିଲ୍ଳା ଆଇନ ସେବା ପ୍ରାଧିକରଣ ଦ୍ୱାରା ଆଇନ ସଚେତନତା କାର୍ଯ୍ୟକ୍ରମ

ଜିଲ୍ଳା ଆଇନ ସେବା ପ୍ରାଧିକରଣ ଦ୍ୱାରା ଆଇନ ସଚେତନତା କାର୍ଯ୍ୟକ୍ରମ
ରାୟଗଡ଼ା-୧୪/୫-ରାୟଗଡା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ବୁଧୁବାର ପୂର୍ବାହ୍ନ ୧୦ଟା ସମୟରେ ସ୍ଥାନୀୟ ପିତାମହଲ ପଞ୍ଚାୟତର ବେହେରାଗୁଡା ଗ୍ରାମରେ ବର୍ଯ୍ୟବସ୍ତୁ ପରିଚାଳନା ଉପରେ ଏକ ଆଇନ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡା ବାର ଆସୋସିଏସନର ଆଇନଜୀବି ଦେବରାଜ ନାୟକ, ଜିଲ୍ଲା ଆଇନସେବା ପ୍ରାଧିକରଣର ପ୍ରଣ୍ଟ ଅଫିସ ରିଟେନର ଭାରତୀ ତ୍ରିପାଠୀ, ଜିଲ୍ଲା ଆଇନସେବା ପ୍ରାଧିକରଣର ପି.ଏଲ୍.ଭି ଅଶୋକ ମହାରଣା, ପ୍ରତ୍ୟୁସ ଛିନଚାନି, ବେହେରାଗୁଡା ଗ୍ରାମର ଜନସାଧାରଣ ପ୍ରମୁଖ ଉପସ୍ଥିତ ଥିଲେ I ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ନିଜର ବକ୍ତବ୍ୟରେ ବର୍ଯ୍ୟବସ୍ତୁକୁ ଏଣେତେଣେ ନପକାଇ କିପରି ତାକୁ ଉଚିତ ବ୍ୟବହାର କରିବା ସେ ଉପରେ ଲୋକମାନଙ୍କୁ ବିସ୍ତୃତ ଭାବରେ ଅବଗତ କରାଇଥିଲେ I ସେହିପରି ନିଜର ବକ୍ତବ୍ୟରେ ଦେବରାଜ ନାଏକ ସରକାରଙ୍କ ତରଫରୁ ଉପଲବ୍ଧ ଥିବା ବିଭିନ୍ନ କଲ୍ୟାଣକାରୀ କାର୍ଯ୍ୟକ୍ରମ ବିଷୟରେ ସମସ୍ତଙ୍କୁ ଅବଗତ କରାଇଥିଲେ I କାର୍ଯ୍ୟକ୍ରମ ପରିଶେଷରେ ଏକ ଖୋଲା ଆଲୋଚନାରେ ଉପସ୍ଥିତ ଅତିଥିମାନେ ଅଂଶଗ୍ରହଣକାରୀ ମାନଙ୍କର ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଥିଲେ I ପରିଶେଷରେ ଜିଲ୍ଲା ଆଇନସେବା ପ୍ରାଧିକରଣର ପ୍ରଣ୍ଟ ଅଫିସ ରିଟେନର ଉପସ୍ଥିତ ଅତିଥିମାନଙ୍କୁ ଧନ୍ୟବାଦ ପ୍ରଦାନ କରିବା ସହିତ ନିଜର ବକ୍ତବ୍ୟରେ ବିଭିନ୍ନ ଅସୁବିଧା ସମୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ଦ୍ୱାରସ୍ଥ ହେବା ପାଇ ସମସ୍ତ ଜନସାଧରଣଙ୍କୁ ବୁଝାଇଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଗ୍ରାମର ସମସ୍ତ ଜନସାଧାରଣ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଥିଲା I
ରାୟଗଡ଼ାରୁ ନୃସିଂହ ଚରଣ ବାରିକଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *