୨୦୨୫ଏସିଆନ୍ ଆଥଲେଟିକ୍ସ ଚାମ୍ପିୟନସିପ୍
ଭୁବନେଶ୍ୱର୧୧ ଜୁନ୍, ୨୦୨୫ଏସିଆନ୍ ଆଥଲେଟିକ୍ସ ଚାମ୍ପିୟନସିପ୍- ୨୦୨୫ରେ ୪x୧୦୦ ରିଲେ ଦୌଡ଼ରେ ରୌପ୍ୟ ପଦକ ଅର୍ଜନ କରି ଆମ ଦେଶ ଓ ରାଜ୍ୟ ପାଇଁ ସୁନାମ ଅର୍ଜନ କରିଥିବା ଓଡ଼ିଆ କ୍ରୀଡ଼ାବିତ୍ ଶ୍ରାବଣୀ ନନ୍ଦଙ୍କୁ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଆଜି ସମ୍ବର୍ଦ୍ଧିତ କରାଯାଇଛି। ଶ୍ରାବଣୀ ନନ୍ଦଙ୍କୁ ୨.୫ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଛି।ଶ୍ରାବଣୀଙ୍କ ସଫଳତା ପାଇଁ କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶ୍ରାବଣୀଙ୍କ ସଫଳତା ଓଡ଼ିଶାର ସମସ୍ତ କ୍ରୀଡ଼ାବିତ ଏବଂ ବିଶେଷ ଭାବରେ ମହିଳା କ୍ରୀଡ଼ାବିତମାନଙ୍କୁ କ୍ରୀଡ଼ା ଜଗତରେ ସ୍ୱର୍ଣ୍ଣିମ ଭବିଷ୍ୟତ ନିର୍ମାଣ କରିବା ନିମନ୍ତେ ପ୍ରେରିତ କରିବ ବୋଲି ମନ୍ତ୍ରୀ ଶ୍ରୀ ସୂରଜ ମତପ୍ରକାଶ କରିଛନ୍ତି।

ପ୍ରକାଶଯୋଗ୍ୟ ଯେ, ଏସିଆନ୍ ଆଥଲେଟିକ୍ସ ଚାମ୍ପିୟନ୍ସିପ-୨୦୨୫ରେ ଭାରତୀୟ ମହିଳା ଦଳ ୪x୧୦୦ ରିଲେ ଦୌଡ଼ରେ ରୌପ୍ୟ ପଦକ ଅର୍ଜନ କରିଥିଲେ। ଆଜିର ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବସେବା ବିଭାଗର ନିର୍ଦ୍ଦେଶକ ଶ୍ରୀ ଦୀପଙ୍କର ମହାପାତ୍ର, ଅତିରିକ୍ତ ଶାସନ ସଚିବ ଶ୍ରୀ ବିଜୟ କୁମାର ସ୍ୱାଇଁ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
