ଅବକାରୀ ଚଢ଼ାଉ l ଗଞ୍ଜେଇ ସହିତ ସ୍କୁଟି ଜବତ,୧ ଗିରଫ ।

ଭଦ୍ରକ ଅବକାରୀ ଅଧିକ୍ଷକ ଶ୍ରୀ ନରୋତ୍ତମ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଓ ଅବକାରୀ ଉପ-ଅଧିକ୍ଷକ ସୁଚରିତା ମିଶ୍ରଙ୍କ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ଶ୍ରୀକାନ୍ତ ମୁର୍ମୁଙ୍କ ନେତୃତ୍ୱରେ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ସାବରଙ୍ଗ ଥାନା ଅନ୍ତର୍ଗତ ଚଣ୍ଡୀ ଗାଁ ନିକଟରେ ପେଟ୍ରୋଲିଂ କରୁଥିବା ସମୟରେ ଗୋଟିଏ ସ୍କୁଟିରୁ ୩.୩୫୬ କି.ଗ୍ରା. ଗଞ୍ଜେଇ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ଚଣ୍ଡୀଗାଁ ଗ୍ରାମର ପୁରସ୍ତମ ମହାନ୍ତିଙ୍କୁ ଗିରଫ କରାଯାଇଛି। ଜବତ ଗଞ୍ଜେଇ ଓ ସ୍କୁଟିର ଆନୁମାନିକ ମୂଲ୍ୟ ୮୦,୦୦୦ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି l ଉକ୍ତ ଚଢ଼ାଉରେ ଏସ.ଆଇ ସୁମିତ୍ରା ହେମ୍ବ୍ରମ, ସୌରଭ ପଣ୍ଡା, ଏ.ଏସ୍‌.ଆଇ କ୍ଷୀରୋଦ ପାତ୍ର, କନେଷ୍ଟବଳ ଅଜିତ କୁମାର ସିଙ୍କୁ, ସୁଦର୍ଶନ ପଲ୍ଲାଇ, ରୁଦ୍ରନାରାୟଣ ଦାସ, ପରେଶ ଟୁଡୁ, ଜେମାମଣୀ ଜାମୁଦା, ପ୍ରଶାନ୍ତି ସିଂ ପ୍ରଭୃତି ସାମିଲ ଥିଲେ । ଏନେଇ ଭଦ୍ରକ ଅବକାରୀ ଥାନା ପକ୍ଷରୁ କେସ ନଂ: 88/2025-26 ମୂଳେ ମାମଲା ରୁଜ୍ଜୁ କରାଯାଇଛି l

ଭଦ୍ରକ ରୁ ପୁନିଲ କୁମାର ସାମନ୍ତ ଙ୍କ ରିପୋର୍ଟ ଭଦ୍ରକ

Leave a Reply

Your email address will not be published. Required fields are marked *