ସାରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁ ପୁର୍ଣିମା ଓ ପ୍ରତିଷ୍ଠାଦିବସ ପାଳିତ
କାମାକ୍ଷାନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ଗୁରୁ ପୁର୍ଣିମା ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟର ପ୍ରଧାନ ଗୁରୁଜୀ ବିପ୍ର ଚରଣ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଢେଙ୍କାନାଳ ଇଟେକ ମହାବିଦ୍ୟାଳୟର ସଂସ୍କୃତ ଅଧ୍ୟାପକ ପ୍ରମୋଦ କୁମାର ଦାସ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଗୁରୁ ପୁର୍ଣିମାର ତାତ୍ପର୍ଯ୍ୟ ସଂପର୍କରେ ଆଲୋକପାତ କରିଥିଲେ l ପରେ ହୋମଯଜ୍ଞ ଅନୁଷ୍ଠିତ ହୋଇଥିବା ବେଳେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ l ବିଦ୍ୟାଳୟର ସହ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ମିଶ୍ର ଧନ୍ୟବାଦ ଦେଇଥିଲେ l
