ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟିର କାର୍ଯ୍ୟକାରିତା
ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟିର କାର୍ଯ୍ୟକାରିତା ସମ୍ବନ୍ଧରେ ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ
- ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟିର କାର୍ଯ୍ୟକାରିତା ସମ୍ବନ୍ଧରେ (୨୪ ଘଣ୍ଟା ମଧ୍ୟରେ) ସବିଶେଷ ରିପୋର୍ଟ ଦାଖଲ କରିବା ପାଇଁ ସମସ୍ତ ବିଶ୍ୱବିଦ୍ୟାଳୟର ରେଜିଷ୍ଟାର ଏବଂ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
- ଏଥିସହିତ ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ସମସ୍ତ ସଦସ୍ୟମାନଙ୍କର ନାମ ଓ ଫୋନ୍ ନମ୍ବରକୁ Higher Education Information Management System (HIMS) ପୋର୍ଟାଲରେ ଅପଲୋଡ଼ କରିବା ସହିତ ବିଶ୍ୱବିଦ୍ୟାଳୟ/ ମହାବିଦ୍ୟାଳୟ ପରିସର ମଧ୍ୟରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ ଏହାକୁ ପ୍ରଦର୍ଶିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
- କର୍ମକ୍ଷେତ୍ରରେ ହେଉଥିବା ଯୌନ ଉତ୍ପୀଡନ ସମ୍ବନ୍ଧରେ ସଚେତନତା ଓ ଏହାର ନିବାରଣ କରିବା ପାଇଁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ମାନଙ୍କରେ ତୁରନ୍ତ କର୍ମଶାଳାର ଆୟୋଜନ କରିବା ନିମନ୍ତେ ବିଶ୍ୱବିଦ୍ୟାଳୟର ରେଜିଷ୍ଟାର ଏବଂ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି।
