ମହାମାୟୀ କଲେଜରେ ଛାତ୍ରୀ ସଚେତନତା କାର୍ଯ୍ୟକ୍ରମ

ମହାମାୟୀ କଲେଜରେ ଛାତ୍ରୀ ସଚେତନତା କାର୍ଯ୍ୟକ୍ରମବ୍ରହ୍ମପୁର, ୧୮.୭୨୦୨୫ସ୍ଥାନୀୟ ମହାମାୟୀ ମହିଳା ମହାବିଦ୍ୟାଳୟର ଉଭୟ ଗାନ୍ଧୀନଗର ତଥା ମିନାକ୍ଷୀ ନଗର କାମ୍ପସ୍ ରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ତରଫରୁ ଏକ ଆଭ୍ୟନ୍ତରିଣ ସମସ୍ୟା ତଥା ଯୌନ ଉତ୍ପୀଡନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଅଧ୍ୟକ୍ଷା ଡ. ନିବେଦିତା ମହାପାତ୍ର ଙ୍କ ନିର୍ଦ୍ଦେଶ କ୍ରମେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ପ୍ରଶାସନିକ ଅଧିକାରିଣି ଡ ସୁଜାତା ପଣ୍ଡିତ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟ ବକ୍ତା ଭାବେ ଆନ୍ତର୍ଜାତୀୟ ମାନବ ଅଧିକାର କମିଶନ, ପୂର୍ବାଞ୍ଚଳ ଭାରତ, ଅଧ୍ୟକ୍ଷା (ନାରୀ) ତଥା ଅଧ୍ୟକ୍ଷା “ଅଗ୍ନି” ଓ ଉତ୍କଳ ମେଲ ଦକ୍ଷିଣ ଓଡିଶା ମୁଖ୍ୟ ଏବଂ ନିଉସ୍ ଏକ୍ସଟ୍ରା ଓ ଚେତା ବନି ର ସମ୍ପାଦିକା ସୁଶ୍ରୀ ରସ୍ମିତା ପାଣିଗ୍ରାହୀ ଉପସ୍ଥିତ ରହି ଛାତ୍ରୀମାନଙ୍କୁ କୌଣସି ଭୂଲ ପଦକ୍ଷେପ ନନେଇ ସମସ୍ୟା କୁ ସାମନା କରିବାକୁ ସଚେତନ କରିଥିଲେ । ମହାବିଦ୍ୟାଳୟର ଆଇସିସି ଆବାହକ ଡ. ଅମିତା କୁମାରୀ ପଣ୍ଡା, ସଦସ୍ୟା ତଥା ଯୁବ ରେଡକ୍ରସ୍ ସଂଯୋଜିକା ଡ.ସ୍ଵର୍ଣ୍ଣଲତା ପଟ୍ଟନାୟକ, ଅଧ୍ୟାପିକା ନୂତନ ମହାରଣା, ସନ୍ଧ୍ୟା ରାଣୀ ବେହେରା, ରିଚା ପାତ୍ର ଉପସ୍ଥିତ ରହି ପରିଚାଳନା କରିଥିଲେ ।ଆଇସିସି ସଦସ୍ୟା ତଥା ଛାତ୍ରୀ ପ୍ରତିନିଧି ବର୍ଷ | ଲେଙ୍କା, ଭାରତି ବେହେରା ଉପସ୍ଥିତ ଥିବା ବେଳେ ଛାତ୍ରୀ କୁମକୁମ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ । ଛାତ୍ରୀମାନଙ୍କୁ କଲେଜ ର ଆଭ୍ୟନ୍ତରିଣ ଓ ବିଭାଗୀୟ ସମସ୍ୟା ବିଷୟରେ ଆଇସିସି ସଦସ୍ୟା ମାନଙ୍କୁ ଜଣେଇ ବାକୁ ଅବଗତ କରାଯାଇଥିଲା ।

Leave a Reply

Your email address will not be published. Required fields are marked *